ଅନ୍ୟ ରାଜ୍ୟରୁ ଆସୁଥିବା ଟ୍ରକ୍ ଯୋଗୁ ପଶ୍ଚିମବଙ୍ଗରେ ବ୍ୟାପୁଛି କରୋନା: ମମତା

କୋଲକାତା,୮ ।୧୦: ପଶ୍ଚିମବଙ୍ଗରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବା କରୋନା ମହାମାରୀକୁ ଦେଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦିନକୁ ଦିନ ନୂଆ ଦାବି ଉଠାଉଛନ୍ତି । ନିକଟରେ ସେ ମାନିଥିଲେ ଯେ ପଶ୍ଚିମବଙ୍ଗରେ କରୋନା ମହାମାରୀ ଗୋଷ୍ଠୀ ସଂକ୍ରମଣର ରୂପ ନେଇ ସାରିଲାଣି । ଏବେ ସେ କହିଛନ୍ତି ପଶ୍ଚିମବଙ୍ଗ ବାହାରୁ ରାଜ୍ୟ ମଧ୍ୟକୁ ଆସୁଥିବା ଟ୍ରକ୍ ଦ୍ୱାରା ସେଠାରେ କରୋନା ଭାଇରସ୍ ବ୍ୟାପୁଛି । ନିକଟରେ ଆୟୋଜିତ ଏକ ପ୍ରଶାସନିକ ବୈଠକରେ ଯୋଗ ଦେବା ଅବସରରେ ମମତା ଏହା କହିଛନ୍ତି । ଏହାସହ ସେ ଆହୁରି ମଧ୍ୟ କହିଛନ୍ତି ସଂକ୍ରମଣ କିପରି ବ୍ୟାପୁଛି ତା’ର ସଠିକ୍ କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ । ତେବେ ଟ୍ରକ୍ ଟ୍ରାୟରର ଫୋରେନସିକ୍ ଯାଞ୍ଚ କରାଗଲେ ଜଣାପଡିବ କି ତାହା ସଂକ୍ରମିତ କି ନା । ତେଣୁ ମୁମ୍ବାଇ, ଚେନ୍ନାଇ ଓ ଅନ୍ୟ ରାଜ୍ୟରୁ ଆସୁଥିବା ଟ୍ରକ୍ ଗୁଡିବର ଯାଞ୍ଚ କ କଥା ସେ ଉଠାଇଛନ୍ତି । ମମତା କହିଛନ୍ତି, କରୋନା କପଡା ଅବା ବ୍ୟାଗ୍ ଦ୍ୱାରା ସଂକ୍ରମିତ ହେଉଛି ବୋଲି ସୁନିଶ୍ଚିତ କରାଯାଇ ନାହିଁ ହେଲେ ମୋତେ ଲାଗୁଛି ଏହା ବାୟୁ ଦ୍ୱାରା ବି ବ୍ୟାପିପାରେ । ତେଣୁ ବାହାର ରାଜ୍ୟରୁ ଆସୁଥିବା ଟ୍ରକ୍ ଚାଳକ ସେମାନଙ୍କ ସହ ନିଜର ଖାଦ୍ୟ ନେଇ ଆସିବା ଦରକାର । ଏମାନେ ଢାବାରେ ବସି ଖାଇବା ଦ୍ୱାରା ବି କରୋନା ବ୍ୟାପୁଛି ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri