Posted inଜାତୀୟ

TMC Vs Congress: ‘ଇଣ୍ଡିଆ’ ମହାମେଣ୍ଟର ହାତ ଛାଡ଼ି ଏକା ନିର୍ବାଚନ ଲଢ଼ିବା ପଛର କାରଣ କହିଲେ ମମତା, କଂଗ୍ରେସ ରଖିଲା ପ୍ରତିକ୍ରିୟା

କୋଲକାତା, ୨୪।୧: ବିରୋଧୀ ମହାମେଣ୍ଟ ‘ଇଣ୍ଡିଆ’କୁ ବଡ଼ ଝଟ୍‌କା ଦେଇ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଆଗାମୀ ନିର୍ବାଚନରେ ଏକାକି ଲଢ଼ିବ ବୋଲି ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଅପରପକ୍ଷେ କଂଗ୍ରେସ ମମତାଙ୍କ ବିନା ମହାମେଣ୍ଟର କଳ୍ପନା ଅସମ୍ଭବ ଏବଂ ସେ ଫେରିବେ ବୋଲି ଆଶା ଥିବା କହିଛି। କାରଣ ମମତାଙ୍କ ନିଷ୍ପତ୍ତି ଅନ୍ୟ ଦଳଗୁଡ଼ିକର ଆଶା ଉପରେ ପାଣି ଢ଼ାଳିଛି।

ଏଭଳି ନିଷ୍ପତ୍ତି ପଛରେ କି କାରଣ ରହିଛି ସେନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଥିବା ବେଳେ ମମତା କହିଛନ୍ତି, ‘ମୁଁ କଂଗ୍ରେସକୁ ସିଟ୍‌ ବଣ୍ଟନକୁ ନେଇ ପ୍ରସ୍ତାବ ଦେଇଥିଲି। ହେଲେ ଆରମ୍ଭରୁ ହିଁ ସେ ଏହାକୁ ପ୍ରତ୍ୟାଖ୍ୟାନ କରିଥିଲେ। ଏବେ ଆମ ଦଳ ଏକୁଟିଆ ଲୋକ ସଭା ନିର୍ବାଚନ ଲଢ଼ିବ ବୋଲି ନିଷ୍ପତ୍ତି ନେଇଛି। ’ ସେହିଭଳି ଗଣମାଧ୍ୟମରେ ଦେଖାଯାଉଥିବା ସିଟ୍‌ ବଣ୍ଟନ ଚର୍ଚ୍ଚାକୁ ସେ ଖଣ୍ଡନ କରିଛନ୍ତି। ଏହି ମାମଲାରେ କଂଗ୍ରେସ ସହ ତାଙ୍କର ଆଲୋଚନା ହୋଇନାହିଁ। ଏବେ ରାଜ୍ୟରେ କଂଗ୍ରେସ ସହ କୌଣସି ସମ୍ପର୍କ ରଖିବେ ନାହିଁ ବୋଲି ନିଷ୍ପତ୍ତି ନିଆଯାଇସାରିଥିବା ସେ କହିଛନ୍ତି।

କହିରଖୁଛୁ, ଟିଏମ୍‌ସି, କଂଗ୍ରେସ ଭଳି ୨୮ ବିରୋଧୀ ଦଳ ମିଶି ‘ଇଣ୍ଡିଆ’ ମହାମେଣ୍ଟର ଅଂଶ ଅଛନ୍ତି। ଏବେ ରାହୁଲ ପଶ୍ଚିମବଙ୍ଗରେ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ ଜରିଆରେ ପଶ୍ଚିମବଙ୍ଗରେ ପ୍ରବେଶ କରିବାର ଦିନକ ପୂର୍ବରୁ ମମତାଙ୍କ ନିଷ୍ପତ୍ତି ସମସ୍ତଙ୍କୁ ଚକିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri