Posted inଜାତୀୟ

ଚର୍ଚ୍ଚାରେ ଟିଏମ୍‌ସି ପୋଷ୍ଟର: ମମତା ‘ଦୁର୍ଗା’, ମୋଦି ‘ମହିଷାସୁର’

କୋଲକାତା,୧୮।୨: ରାଜ୍ୟରେ ଏକ ପୋଷ୍ଟରକୁ ନେଇ ଚର୍ଚ୍ଚା ଜୋର ଧରିଛି। ସେହି ପୋଷ୍ଟରରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ‘ଦୁର୍ଗା’ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ‘ମହିଷାସୁର’ ଦର୍ଶାଇ ରାଜ୍ୟରେ ନୂତନ ବିବାଦ ସୃଷ୍ଟି ହୋଇଛି। ଯାହା ଏବେ ଭାଇରାଲ ହେବାରେ ଲାଗିଛି। ଭାଜପାର ଜଣେ ନେତା ପ୍ରଧାନମନ୍ତ୍ରୀ ଏବଂ ସନାତନ ଧର୍ମ ପ୍ରତି ଅପମାନ ବୋଲି ଦର୍ଶାଇଛନ୍ତି। ଏହି ମାମଲାରେ ନିର୍ବାଚନ ଆୟୋଗଙ୍କ ଦାରସ୍ଥ ହେବ ବୋଲି ଭାଜପା ନେତା କହିଛନ୍ତି। ଏହି ପୋଷ୍ଟରଟି ପଶ୍ଚିମବଙ୍ଗ ଜିଲାର ମେଦିନାପୁରରେ ଲଗାଯାଇଥିଲା। ଟିଏମସି ନେତା ଅନିମା ଶାହ ଏହି ଜିଲାର ଓାର୍ଡ ନମ୍ବର ୧ରୁ ପାର୍ଟିର ପ୍ରାର୍ଥୀ ଅଛନ୍ତି।

ପୋଷ୍ଟରରେ ମମତା ବାନାର୍ଜୀଙ୍କୁ ଦେବୀ ଦୁର୍ଗା ଭାବେ ଦର୍ଶାଯାଇଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦି ଏବଂ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ମହିଷାସୁର ଭାବେ ଦର୍ଶାଯାଇଛି। ସେହିପରି ପୋଷ୍ଟରରେ ରାଜ୍ୟର ବିରୋଧୀ ଦଳକୁ ଛେଳି ଭାବେ ଦର୍ଶାଯାଇଛି। ଏଥିରେ ଲେଖା ଅଛିି, ଯଦି କେହି ବିରୋଧୀ ଦଳକୁ ଭୋଟ ଦେବ, ତାଙ୍କର ବଳି ପକାଯିବ।

ସ୍ଥାନୀୟ ଭାଜପା ନେତା ବିପୁଲ ଆଚାର୍ଯ୍ୟ କହିଛନ୍ତି, ନେତାଙ୍କୁ ଦେବତା ଭାବେ ଦର୍ଶାଇବା ସନାତନ ଧର୍ମର ଅପମାନ। ସେପଟେ ଟିଏମସି ନେତା ଅନିତା ଶାହ କହିଛନ୍ତି, ଏହି ପୋଷ୍ଟର କିଏ ଲଗାଇଛି ତାଙ୍କୁ ଜଣା ନାହିଁ। ଯଦି ମୋତେ ଏହି ବିଷୟରେ ସୂଚନା ମିଳିଥାନ୍ତା ତେବେ ମୁଁ ଅଞ୍ଚଳରେ ଏମିତି ପୋଷ୍ଟର ଲଗାଇବାକୁ ଦେଇ ନ ଥାନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri