Posted inଜାତୀୟ

ନଡ୍ଡାଙ୍କ ଉପରେ ଆକ୍ରମଣ ଘଟଣା ଏକ ଡ୍ରାମା: ମମତା

କୋଲକାତା,୧୦ ।୧୨: କେନ୍ଦ୍ରର କୃଷି ଆଇନ ବିରୋଧରେ ପ୍ରଦର୍ଶନ କରୁଥିବା କୃଷକଙ୍କୁ ସମର୍ଥନ କରି ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)ଗତ ୩ ଦିନ ହେବ ପ୍ରଦର୍ଶନ ଜାରି ରଖିଥିଲା । ଗୁରୁବାର ଅନ୍ତିମ ଦିନରେ ଦଳ ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ରର ମୋଦି ସରକାରଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ସେ କହିଛନ୍ତି କେନ୍ଦ୍ର ସରକାର ଲୋକତନ୍ତ୍ର ନିୟମ ସଂଘିୟ ଢାଞ୍ଚାର ପାଳନ କରୁ ନାହାନ୍ତି । ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆ ସଂସଦ ଭବନର ଶିଳାନ୍ୟାସ କରିଥିବା ବେଳେ ଏହାର ଆଲୋଚନା କରି ମମତା କହିଛନ୍ତି ଏବେ ନୂଆ ସଂସଦ ଭବନର କୌଣସି ଆବଶ୍ୟକତା ନ ଥିଲା । ଏବେ ଏଥିରେ ଖର୍ଚ୍ଚ ହେଉଥିବା ଅର୍ଥ କୃଷକଙ୍କୁ ଦେବା କଥା । ସେ ଆହୁରି ମଧ୍ୟ କହିଛନ୍ତି କେନ୍ଦ୍ର ସରକାର ଲୋକଙ୍କ ନଜର କୃଷକ ଆନ୍ଦୋଳନ ଉପରୁ ହଟାଇବାକୁ ସେମାନେ କହିବେ ପାକିସ୍ତାନ ଆମ ଉପରେ ଆକ୍ରମଣ କଲା । ଆହୁରି ଅନେକ କିଛି । ପିଏମ୍ କେୟାର୍ସ ଫଣ୍ଡ କଥା ଉଠାଇ ମମତା କହିଲେ ଏହା ଗଲା କୁଆଡେ ଏହାର ଅଡିଟ କାହିଁକି କରାଗଲା ନାହିଁ । ଅନ୍ୟପଟେ ଗୁରୁବାର ଭାରତୀୟ ଜନତା ଦଳ(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପରେ ଆକ୍ରମଣ ଘଟଣାକୁ ମମତା କହିଛନ୍ତି ଏହା କେବଳ ଭାଜପାର ଡ୍ରାମା । ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା ଥାଇ କେହି କ’ଣ କେବେ ଆକ୍ରମଣ ପରିପାରେ ବୋଲି ସେ ପାଲଟା ପ୍ରଶ୍ନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri