Posted inଜାତୀୟ

ମମତାଙ୍କ କ୍ୟାବିନେଟରେ ବଡ଼ ଧରଣର ଅଦଳବଦଳ

କୋଲକାତା,୩।୮: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର କ୍ୟାବିନେଟରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ସେ ଭାଜପାରୁ ଟିଏମସିକୁ ଆସିଥିବା ବାବୁଲ ସୁପ୍ରିୟୋଙ୍କ ସମେତ ୯ ଜଣ ନେତାଙ୍କୁ କ୍ୟାବିନେଟରେ ସ୍ଥାନ ଦେଇଛନ୍ତି। ସୁପ୍ରିୟୋଙ୍କ ବ୍ୟତୀତ ସ୍ନେହାସିସ ଚକ୍ରବର୍ତ୍ତୀ, ପାର୍ଥ ଭୋମିକ, ଉଦୟନ ଗୁହା, ପ୍ରଦୀପ ମଜୁମଦାର, ତାଜମୁଲ ହୁସେନ ଏବଂ ସତ୍ୟଜିତ୍‌ ବର୍ମନ ରାଜ୍ୟପାଳଙ୍କ ଦ୍ୱାରା କ୍ୟାବିନେଟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଆଦିବାସୀ ନେତା ବିରବାହା ହାଂସଦା ଏବଂ ବିପ୍ଲବ ରୟ ଚୌଧୁରୀ ରାଜ୍ୟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି।
ସୂଚନାଯୋଗ୍ୟ, ମହମତା ସରକାରରେ ମନ୍ତ୍ରୀ ଥିବା ପାର୍ଥ ଚାଟାର୍ଜୀ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଘଟଣାରେ ଗିରଫ ହେବା ପରେ ବିବାଦରେ ରହିଛନ୍ତି ମମତା। ଏହି ବିବାଦ ଭିତରେ ସେ ନିଜର କ୍ୟାବିନେଟ ସଂପ୍ରସାରଣ ବା ଅଦଳବଦଳ କରିବାକୁ ନିଷ୍ପତ୍ତି ନେଇଥିଲେ।
ଶିକ୍ଷକ ନିଯୁକ୍ତି ଦୁର୍ନୀତି ଘଟଣାର ତଦନ୍ତ କରି ଇଡି ପାର୍ଥ ଚାଟାର୍ଜୀଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଘରୁ ୫୦ କୋଟିରୁ ଅଧିକ ନଗଦ ଟଙ୍କା ଓ ସୁନା ଜବତ କରିଛି। ଏଥିସହ ପାର୍ଥ ଓ ଅର୍ପିତାଙ୍କୁ ଗିରଫ କରିଛି। ପାର୍ଥ ଗିରଫ ହେବା ପରେ ମମତା ବାନାର୍ଜୀ ତାଙ୍କୁ ମନ୍ତ୍ରୀ ପଦରୁ ହଟାଇ ଦେଇଥିଲେ। ତେଣୁ ତାଙ୍କ ଦାୟିତ୍ୱରେ ଥିବା ବିଭାଗ ଖାଲି ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri