Posted inଜାତୀୟ

ଦୁଇ ମନ୍ତ୍ରୀ ଗିରଫ ହେବା ପରେ ସିବିଆଇ କାର୍ଯ୍ୟାଳୟରେ ଭଙ୍ଗାରୁଜା

ନୂଆଦିଲ୍ଲୀ,୧୭।୫ : ନାରଦା ଲାଞ୍ଚ କାରବାର ମାମଲାରେ ପଶ୍ଚିମ ବଙ୍ଗର ଦୁଇ ମନ୍ତ୍ରୀ ଫିର୍ହାଦ ହାକିମ ଓ ସୁବ୍ରତ ମୁଖାର୍ଜୀଙ୍କୁ ସୋମବାର ସିବିଆଇ ଗିରଫ କରିଛି। ଏହାପରେ କୋଲକାତାସ୍ଥିତ ନିଜାମ ପ୍ୟାଲେସର ସିବିଆଇ କାର୍ଯ୍ୟାଳୟ ବାହାରେ ସୃଷ୍ଟି ହୋଇଥିଲା ଅପ୍ରିତିକର ପରିସ୍ଥିତି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ବହୁ ସଂଖ୍ୟାରେ ଟିଏମ୍‌ସି ସମର୍ଥକ ଘଟଣାସ୍ଥଳରେ ପହଞ୍ଚି ବିରୋଧ ପ୍ରଦର୍ଶନ କରିଥିଲେ। ସିବିଆଇ ଅଧିକାରୀଙ୍କୁ ଚ୍ୟାଲେଞ୍ଜ ଦେଇ ମମତା କହିଛନ୍ତି “ ଯେଉଁ ଭଳି ବେଆଇନ ଭାବେ ମନ୍ତ୍ରୀମାନଙ୍କୁ ଉଠାଇ ନିଆଯାଇଛି, ସେମାନଙ୍କୁ ମୋତେ ମଧ୍ୟ ଗିରଫ କରିବାକୁ ପଡ଼ିବ ” । ଦୀର୍ଘ ୬ ଘଣ୍ଟା କାଳ ସିବିଆଇ କାର୍ଯ୍ୟାଳୟରେ ଉପସ୍ଥିତ ଥିଲେ ମମତା।

କାର୍ଯ୍ୟାଳୟ ବାହାରେ ବହୁ ସଂଖ୍ୟାରେ ତୃଣମୂଳ କଂଗ୍ରେସର ସମର୍ଥକମାନେ ବିରୋଧ ପ୍ରଦର୍ଶନ କରିବା ସହ ବ୍ୟାରେକେଡ ଭାଙ୍ଗିବାକୁ ଉଦ୍ୟମ କରିଥିଲେ। ସୁରକ୍ଷା କର୍ମୀ ଓ କାର୍ଯ୍ୟାଳୟ ଉପରେ ଟେକା ମାଡ଼ କରିଥିଲେ ଟିଏମ୍‌ସି ସମର୍ଥକମାନେ। ଏହାପରେ ବିକ୍ଷୋଭକାରୀଙ୍କୁ ତଡ଼ିବା ପାଇଁ ବାଟନ୍ସ ବ୍ୟବହାର କରିଥିଲେ ସୁରକ୍ଷାକର୍ମୀ।

ଏ ଘଟଣା ନେଇ ରାଜ୍ୟପାଳ ଜଗଦୀପ ଧନଖର ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ ମମତାଙ୍କ ଉପରେ ବର୍ଷିଛନ୍ତି । ମୁଖ୍ୟମନ୍ତ୍ରୀ ମମତା ଓ ତାଙ୍କ ଅଧିକାରୀ ସାମ୍ବିଧାନିକ ଆଇନ ପାଳନ କରନ୍ତୁ। ରାଜ୍ୟ ପୋଲିସ ଆଇନ ଶୃଙ୍ଖଳାକୁ ନିୟନ୍ତ୍ରଣରେ ରଖିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବା ଦରକାର। ରାଜ୍ୟ ପୋଲିସ ଚୁପ ହୋଇ ବସିବା ଦୁଃଖଦାୟକ ବୋଲି ରାଜ୍ୟପାଳନ ଧନଖର ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri