Posted inଜାତୀୟ

Mamata Banerjee Controversial Remark: ମହାକୁମ୍ଭ ନା ମୃତ୍ୟୁକୁମ୍ଭ, ଯୋଗୀ ସରକାରଙ୍କ ଉପରେ ଆଣିଲେ ବଡ଼ ଅଭିଯୋଗ

କୋଲକାତା,୧୮।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପଶ୍ଚିମବଙ୍ଗ ବିଧାନସଭାରେ ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଅନୁଷ୍ଠିତ ହେଉଥିବା ମହାକୁମ୍ଭମେଳାର କଥିତ କୁପରିଚାଳନା ପାଇଁ କେନ୍ଦ୍ର ସରକାର ଏବଂ ଭାଜପା ୟୁପି ସରକାରଙ୍କୁ ସମାଲୋଚନା କରିଛନ୍ତି।

ମହାକୁମ୍ଭ ମେଳାରେ ହୋଇଥିବା ବିଶୃଙ୍ଖଳା ବିଷୟରେ ମମତା କହିଛନ୍ତି, ମହାକୁମ୍ଭ ‘ମୃତ୍ୟୁକୁମ୍ଭ’ରେ ପରିଣତ ହୋଇଛି। ମୁଁ ମହାକୁମ୍ଭ ଏବଂ ମାତା ଗଙ୍ଗାଙ୍କୁ ସମ୍ମାନ କରେ, କିନ୍ତୁ କୌଣସି ଯୋଜନା ନାହିଁ। ଧନୀ ଏବଂ ଭିଆଇପିଙ୍କ ପାଇ୧ ଲକ୍ଷ ପର୍ଯ୍ୟନ୍ତ ଶିବିର (ତମ୍ବୁ) ଉପଲବ୍ଧ, କିନ୍ତୁ ଗରିବଙ୍କ ପାଇଁ କୌଣସି ବ୍ୟବସ୍ଥା ନାହିଁ। ମେଳାରେ ଦଳାଚକଟା ପରିସ୍ଥିତି ସାଧାରଣ, କିନ୍ତୁ ଉପଯୁକ୍ତ ପରିଚାଳନା ଆବଶ୍ୟକ। ହେଲେ ଆପଣ କ’ଣ ଯୋଜନା କରିଥିଲେ ବୋଲି ମମତା ପ୍ରଶ୍‌ନ କରିଛନ୍ତି।

ମମତା ବାନାର୍ଜୀ ଭାଜପା ଉପରେ ଅଭିଯୋଗ ଆଣି କହିଛନ୍ତି , ଦଳ ନିଜ ରାଜନୈତିକ ଲାଭ ପାଇଁ ଧର୍ମକୁ ବ୍ୟବହାର କରୁଛି। ସେ କହିଛନ୍ତି, ସ୍ବାଧୀନତାର ଅର୍ଥ ନୁହେଁ ଯେ ଭାଜପା ବିଧାୟକମାନେ ଘୃଣା ପ୍ରସାର କରନ୍ତୁ ଏବଂ ସମାଜକୁ ବିଭାଜିତ କରନ୍ତୁ।

ମମତା ବାନାର୍ଜୀ ଭାଜପାର ଅଭିଯୋଗକୁ ପ୍ରତ୍ୟାଖ୍ୟାନ କରି କହିଛନ୍ତି, ଯେଉଁଥିରେ କୁହାଯାଇଥିଲା ଯେ ତାଙ୍କର ବାଂଲାଦେଶୀ ଉଗ୍ରବାଦୀଙ୍କ ସହ ସମ୍ପର୍କ ଅଛି। ସେ ଚ୍ୟାଲେଞ୍ଜ କରି କହିଛନ୍ତି, ଯଦି ଭାଜପା ପ୍ରମାଣ କରେ ଯେ ମୋର ବାଂଲାଦେଶୀ ଉଗ୍ରବାଦୀଙ୍କ ସହ କୌଣସି ସମ୍ପର୍କ ଅଛି, ତେବେ ମୁଁ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବି।

 


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

ଭାଜପାକୁ ବଡ଼ ଝଟକା, ମମତାଙ୍କୁ ନେଇ ଟଲିଉଡ ଅଭିନେତ୍ରୀ କହିଲେ…

କୋଲକାତା,୨୭।୧୨: ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟକା ଲାଗିଛି। ଲୋକପ୍ରିୟ ବଙ୍ଗଳା ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ପୂର୍ବତନ ଭାଜପା ନେତ୍ରୀ ପର୍ଣ୍ଣୋ...

ମକର ସଂକ୍ରାନ୍ତି ପୂର୍ବରୁ ଏହି ୩ ରାଶିର ଚମକିବ ଭାଗ୍ୟ, ଘଟିବାକୁ ଯାଉଛି…

୨୦୨୬ରେ, ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପାଳନ କରାଯିବ, ଯେତେବେଳେ ସୂର୍ଯ୍ୟ ଧନୁ ରାଶି ଛାଡି ମକର ରାଶିରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ମକର...

ନୂଆବର୍ଷରୁ ଏମାନଙ୍କୁ ମିଳିବନି ରାସନ! ଡିସେମ୍ୱର ୩୧ ସୁଦ୍ଧା କରି ନିଅନ୍ତୁ ଏହି କାମ

ନୂଆଦିଲ୍ଲୀ,୨୭।୧୨: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ସୂଚନା। ସମସ୍ତ ରାସନ କାର୍ଡ ହିତାଧିକାରୀଙ୍କୁ ଡିସେମ୍ୱର 31 ପୂର୍ୱରୁ ଏହି ଜରୁରୀ କାର୍ଯ୍ୟ ସମାପ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri