Posted inଜାତୀୟ

ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ପୋଷ୍ଟର ଲଗାଇ ଇ-ବାଇକ୍ ରାଲିରେ ବାହାରିଲେ ମମତା

କୋଲକାତା,୨୫ ।୨: ଦେଶରେ ବେଳକୁ ବେଳ ବଢି ଚାଲିଛି ପ୍ରେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦାମ୍ । ଏହାର ପ୍ରତିବାଦରେ ବିରୋଧୀ ଲଗାତାର ବିରୋଧ ପ୍ରଦର୍ଶନ କରି ଆସୁଛନ୍ତି । ଏହି ରାଜନୈତିକ ଦଳ ମଧ୍ୟରେ କଂଗ୍ରେସ, ସମାଜବାଦୀ ପାର୍ଟି, ବହୁଜନ ସମାଜ ପାର୍ଟି ସାମିଲ ଥିବା ବେଳେ ଏବେ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ବି ଏଥିରେ ସାମିଲ ହୋଇଛି । ଗୁରୁବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତୈଳ ଦର ବୃଦ୍ଧି ପ୍ରତିବାଦରେ ଇ-ସ୍କୁଟରରେ ରାଲିରେ ବାହାରିଥିବା ଦେଖାଯାଇଛି । ଏହି ସମୟରେ ସ୍କୁଟରରେ ଜଣଙ୍କ ପଛରେ ବସିଥିବା ବେଳେ ଦରବୃଦ୍ଧିର ଏକ ପୋଷ୍ଟର ବି ପିନ୍ଧିଥିବା ଦେଖାଯାଇଛି । ସୂଚନାଯୋଗ୍ୟ, ଗତ ପ୍ରାୟ ଏକ ମାସ ମଧ୍ୟରେ ବାରମ୍ବାର ତୈଳ ଦର ବୃଦ୍ଧି ଘଟି ଏବେ ପେଟ୍ରୋଲ ଲିଟର ପିଛି ପ୍ରାୟ ଶହେ ଟଙ୍କା ଛୁଇଁବାକୁ ଗଲାଣି । ଯାହା ସାଧାରଣ ଖାଉଟି ପାଇଁ ଚିନ୍ତାର କାରଣ ପାଲଟି ଥିବା ବେଳେ ଏବେ ପଡୋଶୀ ଦେଶ ନେପାଳରୁ ତେଲ ଚୋରା କାରବାର ହେଉଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri