Posted inଜାତୀୟ

ଏସ୍‌ପି ସହ ହାତ ମିଳାଇବାକୁ ଚାହାନ୍ତି ମମତା

ଲକ୍ଷ୍ନୌ, ୧୨।୯: ଆସନ୍ତା ବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସମାଜବାଦୀ ପାର୍ଟି ସହ ମେଣ୍ଟ କରିବାକୁ ଲକ୍ଷ୍ୟ ରଖିଛି। ଆଗାମୀ ସପ୍ତାହରେ ଦୁଇ ଦଳର ନେତା ଏହା ଉପରେ ନିଷ୍ପତ୍ତି ନେବେ ବୋଲି ଆଶା କରାଯାଉଛି। ଉତ୍ତରପ୍ରଦେଶରରେ ତୃଣମୂଳ କଂଗ୍ରେସ ଗଣଯୋଗାଯୋଗ କାର୍ଯ୍ୟକ୍ରମ ଆରମ୍ଭ କରିଛି। ୧୮ଟି ଡିଭିଜନର ଦୁଇଟି ଲେଖାଏ ଜିଲାରେ ଏଭଳି କାର୍ଯ୍ୟକ୍ରମ କରାଯାଇ ଲୋକଙ୍କ ମନୋଭାବ ଓ ସେମାନେ କ’ଣ ଚାହାନ୍ତି, ତାହା ଟିଏମ୍‌ସି ଅନୁଧ୍ୟାନ କରିବ। ସେମାନଙ୍କ ଆଶା ଆକାଂକ୍ଷାକୁ ନେଇ ଦଳ ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତ କରିବ ବୋଲି ଟିଏମ୍‌ସିର ରାଜ୍ୟ ସଭାପତି ନୀରଜ ରାୟ କହିଛନ୍ତି। ୟୁପିରେ ଦୃଢ଼ ତଥା କ୍ୟାଡର ଭିତ୍ତିକ ସଂଗଠନ ପ୍ରସ୍ତୁତ କରିବାକୁ ଟିଏମ୍‌ସି ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ଗଣମାଧ୍ୟମରେ ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ, କହିଲେ ଏଥର…

ଭୁବନେଶ୍ୱର, ୧୦।୫: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ...

କେଜରିଓ୍ବାଲଙ୍କୁ ଜାମିନ ମିଳିବା ନେଇ ଶାହାଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ମିଳିଛି ଜାମିନ। ଦିଲ୍ଲୀ ଅବକାରୀ ଦୂର୍ନୀତି ମାମଲାରେ କେଜରିଓ୍ବାଲଙ୍କୁ ସୁପ୍ରିମକୋର୍ଟରୁ ଆନ୍ତରୀଣ ଜାମିନ ମିଳିଛି। ତେବେ ଏହାକୁ ନେଇ...

ଜେଲ୍‌ରୁ ବାହାରିବା ପରେ କେଜରିଓ୍ବାଲଙ୍କ ଆସିଲା ପ୍ରଥମ ପ୍ରତିକ୍ରିୟା, କହିଲେ…

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ଅବକାରୀ ଦୂର୍ନୀତି ମାମଲାରେ ଦିଲ୍ଲୀ ସିଏମ ଅରବିନ୍ଦ କେଜରିୱାଲଙ୍କୁ ଶେଷରେ ଜାମିନ ମିଳିଛି। ତାଙ୍କୁ ଜୁନ ୨ ପର୍ଯ୍ୟନ୍ତ ସୁପ୍ରିମକୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ...

ବ୍ରିଜଭୂଷଣ ସିଂହଙ୍କୁ ଝଟ୍‌କା, ଚାର୍ଜଫ୍ରେମ କଲେ କୋର୍ଟ

ନୂଆଦିଲ୍ଲୀ,୧୦।୫: ବଢିଲା ବିଜେପି ଭାଜପା ଏମପି ତଥା କୁସ୍ତି ମହାସଂଘର ପୂର୍ବତନ ସଭାପତି ବ୍ରିଜଭୂଷଣ ଶରଣ ସିଂହଙ୍କ ଅଡୁଆ। ଶୁକ୍ରବାର ଯୌନ ନିର୍ଯାତନା ମାମଲାରେ ଦିଲ୍ଲୀର...

ଛତିଶଗଡରେ ବଡ଼ ଏନକାଉଣ୍ଟର, ୮ ମାଓବାଦୀ ନିହତ

ବିଜାପୁର,୧୦।୫: ଛତିଶଗଡ ବିଜାପୁରରେ ବଡ଼ ଏନକାଉଣ୍ଟର । ଯବାନଙ୍କ ଗୁଳିରେ ନିହତ ହୋଇଛନ୍ତି ୮ ମାଓବାଦୀ । ଦାର୍ଘ ୧୧ଘଣ୍ଟା ଧରି ଏହି ଏନକାଉଣ୍ଟର ଚାଲିଥିଲା...

ପ୍ରଧାନମନ୍ତ୍ରୀଙ୍କୁ ଜିତାଇବା ଲାଗି ମୋଦି-ଯୋଗୀଙ୍କ ନାମର ମେହେନ୍ଦୀ ଲଗାଇଲେ ମୁସଲମାନ ମହିଳା, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୫: ଲୋକ ସଭା ନିର୍ବାଚନ ୨୦୨୪ର ୩ ପର୍ଯ୍ୟାୟ ଶେଷ ହୋଇଛି। ଏସବୁ ମଧ୍ୟରେ ଚତୁର୍ଥ ପର୍ଯ୍ୟାୟକୁ ନେଇ ଦଳଗୁଡ଼ିକ ପକ୍ଷରୁ ଜୋରଦାର ନିର୍ବାଚନୀ ପ୍ରଚାର...

ସଚିବାଳୟ, ମୁଖ୍ୟମନ୍ତ୍ରୀଙ୍କ ଅଫିସ ଯାଇପାରିବେନି କେଜରିଓ୍ବାଲ, ରହିଛି ଅନେକ ସର୍ତ୍ତ

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିବା ସହିତ ସୁପ୍ରିମକୋର୍ଟ ଅନେକ କଡା ସର୍ତ୍ତ ରଖିଛନ୍ତି। କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ...

ପୋଟଳି ନେଇ କଲେକ୍ଟରଙ୍କ ଅଫିସ ପହଞ୍ଚିଲେ ବିଧାୟକ, ଖୋଲିବା ପରେ ସମସ୍ତେ ହେଲେ ଆଶ୍ଚର୍ଯ୍ୟ

ବାରାଣସୀ,୧୦।୫: ବାରାଣାସୀ ଲୋକ ସଭା ଆସନରେ ଏକ ଅଜବ ଚିତ୍ର ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ସ୍ବାଧୀନ ପ୍ରାର୍ଥୀ କଏନ ନେଇ ନାମାଙ୍କନ ଫର୍ମ ଫି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri