Posted inଜାତୀୟ

ପାର୍ଥଙ୍କୁ ମନ୍ତ୍ରୀ ପଦରୁ ହଟାଇବା ପରେ କ’ଣ କହିଲେ ମମତା

କୋଲକାତା,୨୮ ।୭: ପଶ୍ଚିମବଙ୍ଗରେ ଶିକ୍ଷକ ଭର୍ତ୍ତି ଘୋଟାଲା ମାମଲାରେ ଗିରଫ ହୋଇଥିବା ପାର୍ଥ ଚାଟାର୍ଜୀଙ୍କୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମନ୍ତ୍ରୀ ପଦରୁ ହଟାଇ ଦେଇଛନ୍ତି । ସବ୍ରୁଆଡୁ ଦାବି ହେବା ପରେ ମମତା ପାର୍ଥଙ୍କୁ ତାଙ୍କ କ୍ୟାବିନେଟରୁ ବାହାର କରି ଦେଇଛନ୍ତି । ଏହାପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କର ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି ।
ମମତା କହିଛନ୍ତି ଜଣେ ଝିଅଙ୍କ ପାଖରୁ ନଗଦ ଟଙ୍କା ଜବତ କରାଯାଇଛି ଆଉ ସେ ଏହାକୁ ବାରମ୍ବାର ଦେଖାଉଛନ୍ତି । ମୁଁ ପାର୍ଥଙ୍କୁ କ୍ୟାବିନେଟରୁ ବାହାର କରିଦେଇଛି । କାରଣ ମୋ ଦଳ ସଚ୍ଚୋଟ ଦଳ । ଯଦି କେହି ଭାବୁଥାଆନ୍ତି ଏହା କେବଳ ଦେଖାଇବା ପାଇଁ ଧାରଣା ବଦଳାଇବାକୁ ତେବେ ତାହା ଭୁଲ । ନାଟକ ବହୁତ ବଡ । ହେଲେ ମୁଁ ଏବେ ଏ ନେଇ କିଛି କହିବି ନାହିଁ । ସୂଚନଯୋଗ୍ୟ, ପାର୍ଥ ଚାଟାର୍ଜୀ ଏବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର କଷ୍ଟୋଡିରେ ରହିଛନ୍ତି । ତାଙ୍କ ସମ୍ପର୍କିୟା ଅର୍ପିତା ମୁଖାର୍ଜୀଙ୍କ ଘରୁ କୋଟି କୋଟି ଟଙ୍କା ଜବତ ହେବା ପ୍ରକ୍ରିୟା ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri