Posted inଜାତୀୟ

କେନ୍ଦ୍ରମନ୍ତ୍ରୀ ଗଡକରୀଙ୍କୁ ଭେଟିଲେ ମମତା

ନୂଆଦିଲ୍ଲୀ,୨୯।୭: ୪ ଦିନିଆ ଦିଲ୍ଲୀ ଗସ୍ତରେ ଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡକରୀଙ୍କୁ ଭେଟିଛନ୍ତି। ପଞ୍ଚିମବଙ୍ଗରେ କାର୍ଯ୍ୟକାରୀ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା ହୋଇଥିବା ମମତା କହିଛନ୍ତି। ମୁଖ୍ୟ ସଚିବ ଏଚ୍‌.କେ ଦ୍ୱିବେଦୀ ଶୁକ୍ରବାର ଦିଲ୍ଲୀରେ ପହଞ୍ଚିବେ ଏବଂ ପରବର୍ତ୍ତୀ ଆଲୋଚନା ପାଇଁ ଏକ ବୈଠକ ସ୍ଥିର କରାଯିବ ବୋଲି ସେ କହିଛନ୍ତି। ବିରୋଧୀ ମେଣ୍ଟର ନେତୃତ୍ୱ କିଏ ନେବ ବୋଲି ଗଣମାଧ୍ୟମ ପ୍ରତିନିଧି ପ୍ରଶ୍ନ କରିଥିଲେ। ମମତା ଉତ୍ତରରେ ମେଣ୍ଟର ନେତୃତ୍ୱ ଯିଏ ବି ନିଅନ୍ତୁ, ସେ ଜଣେ ସୈନିକ ଭାବେ କାର୍ଯ୍ୟ କରିବେ ବୋଲି କହିଛନ୍ତି।

ମମତା ଗୋଟିଏ ପଟେ ୨୦୨୪ ସାଧାରଣ ନିର୍ବାଚନ ପୂବରୁ ବିରୋଧୀଙ୍କୁ ଏକଜୁଟ କରୁଥିବା ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଏଭଳିସ୍ଥିତିରେ ବୁଧବାର ମମତା କଂଗ୍ରେସ ସୁପ୍ରିମୋ ସୋନିଆ ଗାନ୍ଧୀଙ୍କୁ ଭେଟିଥିଲେ। ବୈଠକରେ ସୋନିଆଙ୍କ ସହ ରାହୁଲ ଗାନ୍ଧୀ ଉପସ୍ଥିତ ଥିଲେ । ସେହିପରି ମମତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri