Posted inଜାତୀୟ

ଯଦି ଅଭିଯୋଗ ସତ ପ୍ରମାଣିତ ହୁଏ ତେବେ ୧୦୦ ଥର ଉଠ୍‌ବସ୍‌ ହେବି: ଜାଣନ୍ତୁ ଏପରି କାହିଁକି କହିଲେ ମମତା

କୋଲକାତା,୯।୯: ପଶ୍ଚିମବଙ୍ଗରେ ବେଶ୍‌ ଧୁମ୍‌ଧାମରେ ଦୂର୍ଗାପୂଜା ପାଳିତ ହୋଇଥାଏ। ହେଲେ ଚଳିତ ବର୍ଷ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁର୍ଗାପୂଜା ପାଇଁ ଅନୁମତି ଦେଇ ନ ଥିବା ଖବର ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହାକୁ ବିରୋଧ କରାଯିବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ପଷ୍ଟିକରଣ ଦିଆଯାଇଛି। ଏଭଳି ଆଦେଶ ଦିଆଯାଇ ନାହିଁ। ଏହିି ସର୍କୁଲାର ନକଲି। ପଶ୍ଚିମବଙ୍ଗବାସୀ ଗୁଜବ ଉପରେ ଧ୍ୟାନ ଦିଅନ୍ତୁ ନାହିଁ ବୋଲି ପଶ୍ଚିମବଙ୍ଗ ପୋଲିସ କହିଛି। ଏହାଛଡ଼ା ଘଟଣାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯଦି ଏହି ଅଭିଯୋଗ ସତ୍ୟ ପ୍ରମାଣିତ ହୁଏ, ତେବେ ସେ ୧୦୦ ଥର ଉଠବସ୍‌ ହେବେ।

ଗୋଟିଏ ପଟେ ଦୁର୍ଗାପୂଜା ପଶ୍ଚିବଙ୍ଗ ଲୋକଙ୍କ ଅଗାଧ ଶ୍ରଦ୍ଧାର ପ୍ରତୀକ ହୋଇଥିବା ବେଳେ ଏଭଳି ଗୁଜବ ପ୍ରଚାର କରିବା ଭାଜପାର କାମ ବୋଲି ଟିଏମ୍‌ସି କହିଛି। ମମତାଙ୍କ ବିରୋଧରେ କହିବା ପାଇଁ ଭାଜପା ପାଖରେ କୌଣସି ପ୍ରସଙ୍ଗ ଆଉ ନାହିଁ। ଏଣୁ ସେ ଏଭଳି ଉପାୟ ଆପଣାଉଛି। ହେଲେ ଦୁର୍ଗାପୂଜା ବନ୍ଦ କରିବା ଲାଗି କୌଣସି ପ୍ରକାର ଆଦେଶ ଦିଆଯାଇ ନାହିଁ। ସୋସିଆଲ ମିଡିଆରେ କେବଳ ଗୁଜବ ପ୍ରଚାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?