Posted inଜାତୀୟ

ଯଦି କର୍ନାଟକ ବିଧାନସଭା ନିର୍ବାଚନରୁ ଭାଜପାର ପତନ ଆରମ୍ଭ ହୁଏ, ତେବେ ଖୁସି ହେବି: ମମତା

କୋଲକାତା,୫।୫: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଦକ୍ଷିଣ ରାଜ୍ୟରେ ମେ’ ୧୦ରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଯଦି ଭାଜପାର ପତନ ଆରମ୍ଭ ହୁଏ, ତେବେ ମୁଁ ଖୁସି ହେବି। ରାଜ୍ୟରେ ଜନସମ୍ପର୍କ ଅଭିଯାନକୁ ସମ୍ବୋଧିତ କରି ଏଭଳି କହିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଏଥିସହ କର୍ନାଟକବାସୀଙ୍କୁ ରାଜ୍ୟ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ବ୍ୟତୀତ ଅନ୍ୟ କୌଣସି ଦଳକୁ ଭୋଟ ଦେବାକୁ ମମତା ଅନୁରୋଧ କରିଛନ୍ତି।

ସେ ଆହୁରି କହିଛନ୍ତି, ଭାଜପା ଯେତେ ଶୀଘ୍ର କ୍ଷମତାରୁ ଦୂରେଇ ଯିବ, ଦେଶ ପାଇଁ ସେତେ ଭଲ ହେବ। କର୍ନାଟକ ବିଧାନସଭା ନିର୍ବାଚନରେ ଲୋକେ ଭାଜପାକୁ ଭୋଟ ନ ଦେଇ ନିଜ ପସନ୍ଦର ଅନ୍ୟ କୌଣସି ଦଳକୁ ଭୋଟ ଦେବା ଉଚିତ୍‌। ଯଦି କର୍ନାଟକରୁ ଭାଜପାର ପତନ ଆରମ୍ଭ ହୁଏ ତେବେ ମୁଁ ଖୁସି ହେବି। ନିର୍ବାଚନ ପାଖେଇ ଆସିବା ପରେ ଭାଜପା ମିଥ୍ୟା ପ୍ରଚାର କରୁଥିବା ଅଭିଯୋଗ କରିଛନ୍ତି ମମତା। ସୂଚନାଯୋଗ୍ୟ, ମେ’୧୦ରେ କର୍ନାଟକ ନିର୍ବାଚନ ଅନୁଷ୍ଠିତ ହେବ। ଯାହାକୁ ନେଇ ରାଜନୈତିକ ଦଳ ଜୋରଦାର ପ୍ରଚାର କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri