Posted inଜାତୀୟ

ଇଣ୍ଡିଆ ମେଣ୍ଟରେ ଫାଟ: ପଶ୍ଚିମବଙ୍ଗରେ ଏକା ଲଢିବେ ମମତା, କଂଗ୍ରେସକୁ ବଡ ଝଟ୍‌କା

ନୂଆଦିଲ୍ଲୀ,୨୪।୧: ବିରୋଧୀ ମହାମେଣ୍ଟ ଇଣ୍ଡିଆକୁ ଲାଗିଛି ବଡ ଝଟ୍‌କା। ତୃଣମୂଳ କଂଗ୍ରେସ ମୁଖିଆ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ଏକା ନିର୍ବାଚନ ଲଢିବା ନେଇ ଘୋଷଣା କରିଛନ୍ତି। ବୁଧବାର ମମତା ଏହି ଘୋଷଣା କରି କହିଛନ୍ତି, ଆଗାମୀ ଲୋକସଭା ନିର୍ବାଚନକୁ ଟିଏମସି ରାଜ୍ୟରେ ଏକା ଲଢିବାକୁ ଯାଉଛି।
ଆସନ ବୁଝାମଣା ନେଇ ସେ ମେଣ୍ଟର ପ୍ରମୁଖ ସଦସ୍ୟ ଓ କଂଗ୍ରେସ ସହ ଆଲୋଚନା କରିଥିଲେ। କିନ୍ତୁ ସବୁ ଆଲୋଚନା ବିଫଳ ହୋଇଥିବା ସେ କହିଛନ୍ତି। ସେ ଆହୁରି କହିଛନ୍ତି, ଯେକୌଣସି ପ୍ରସ୍ତାବ ଦେଲେ ମଧ୍ୟ ସେ ସବୁକୁ ଖଣ୍ଡନ କରିଥିଲେ। ତେଣୁ ଟିଏମସି ପଶ୍ଚିମବଙ୍ଗରେ ଏକା ଲଢିବାକୁ ନିଷ୍ପତ୍ତି ନେଇଛି।

କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀଙ୍କ ସହ ମମତାଙ୍କ ମତଭେଦର ଗୋଟିଏ ଦିନ ପରେ ମମତା ଏପରି ଘୋଷଣା କରିଛନ୍ତି। ଅଧିର, ମମତାଙ୍କୁ ଅବସରବାଦୀ ବୋଲି କହି ସମାଲୋଚନା କରିଥିଲେ। ଯାହାପରେ ମମତା ପଶ୍ଚିମବଙ୍ଗର ୪୨ ସିଟ୍‌ରେ ଟିଏମସି ଏକା ଲଢିବା ନେଇ ଘୋଷଣା କରିଥିଲେ। ଦୁଇ ନେତାଙ୍କ କଥା କଟାକଟି ଭିତରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟସ୍ଥି କରିଥିଲେ। ଯେଉଁଥିରେ ସେ ଆସନ ବୁଝାମଣାରେ ଅଧିରଙ୍କ କଥା ଗୁରୁତ୍ୱ ରଖେନି ବୋଲି କହିଥିଲେ। ସୂଚନାଥାଉ କି, କଂଗ୍ରେସ ରାଜ୍ୟରେ ୧୦-୧୨ସିଟ୍‌ ଦାବି କରିଥିଲା। ଯାହାକୁ କଂଗ୍ରେସ ଖଣ୍ଡନ କରିଥିଲା।

ମମତା କଂଗ୍ରେସ ଉପରେ ଅଭିଯୋଗ ଆଣିଛନ୍ତି ଯେ, କଂଗ୍ରେସ ପଶ୍ଚିମବଙ୍ଗରେ ନ୍ୟାୟ ଯାତ୍ରା ନେଇ ସରକାରଙ୍କୁ ସୂଚନା ଦେଇ ନ ଥିଲା। ଶିଷ୍ଟାଚାରକୁ ଦୃଷ୍ଟିରେ ରଖି ଯାତ୍ରା କରିବା ନେଇ ସେ ମୋତେ ଜଣାଇ ବି ନାହାନ୍ତି। ତେବେ ପଶ୍ଚିମବଙ୍ଗରେ କଂଗ୍ରେସର ନ୍ୟାୟ ଯାତ୍ରାରେ ସାମିଲ ହେବାକୁ ଟିଏମସି ମନା କରିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri