Posted inଜାତୀୟ

କେନ୍ଦ୍ର ସରକାରଙ୍କୁ ମମତାଙ୍କ ପ୍ରଶ୍ନ: ଆମ ମୃତ୍ୟୁରେ କେତେ ଜିଏସ୍‌ଟି ନେବ

କୋଲକତା,୨୧।୭: ଖାଦ୍ୟ ସାମଗ୍ରୀ ଉପରେ ଜିଏସ୍‌ଟି ଲାଗୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କୁ ଗୁରୁବାର ଟାର୍ଗେଟ କରିଛନ୍ତି। ଯଦି ଦହି, ଚାଉଳ, ଏପରିକି ଡାକ୍ତରଖାନା ଶଯ୍ୟା ଉପରେ ଜିଏସ୍‌ଟି ଲାଗୁ କରାଯାଇଛି, ତେବେ ମୃତ୍ୟୁ ଉପରେ କେତେ ଜିଏସ୍‌ଟି ଆଦାୟ କରାଯିବ ବୋଲି ମମତା ପ୍ରଶ୍ନ କରିଛନ୍ତି।
କୋଲକାତାରେ ଆୟୋଜିତ ଏକ ରାଲିରେ ମମତା ନିଜର ଚିରପରିଚିତ ଶୈଳୀରେ କେନ୍ଦ୍ର ସରକାରଙ୍କୁ ଘେରିଥିଲେ। ସେ କହିଥିଲେ, ଇଡି, ସିବିଆଇ ହେଉଛି ଭାଜପାର ମେରୁଦଣ୍ଡ କିନ୍ତୁ ମୋତେ କେହି ଭୟଭୀତ କରିପାରିବେ ନାହିଁ। ଭାରତର ଲୋକଙ୍କୁ ଆଉ କେତେ ଲୁଟ୍‌ କରିବ। ଲୋକଙ୍କ ନିତ୍ୟବ୍ୟବହାର୍ଯ୍ୟ ଖାଦ୍ୟ ସାମଗ୍ରୀ ଉପରେ ଜିଏସ୍‌ଟି ଲାଗୁ କରାଯାଉଛି। ତେବେ ମୃତ୍ୟୁ ଉପରେ କେତେ ଜିଏସ୍‌ଟି ଆଦାୟ କରାଯିବ।
ସୂଚନାଯୋଗ୍ୟ, ନିକଟରେ ଜିଏସ୍‌ଟି ପରିଷଦ ବିଭିନ୍ନ ଖାଦ୍ୟ ସାମଗ୍ରୀ ଉପରେ ଜିଏସ୍‌ଟି ଲାଗୁ କରିଛି। ଏନେଇ ବିରୋଧୀଙ୍କ ପକ୍ଷରୁ ସରକାରଙ୍କୁ କଡ଼ା ସମାଲୋଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri