Posted inଜାତୀୟ

ସମସ୍ତ ୨୯୧ ପ୍ରାର୍ଥୀ ତାଲିକା ଘୋଷଣା କଲା ଟିଏମ୍‌ସି, ନନ୍ଦୀଗ୍ରାମରୁ ନିର୍ବାଚନ ଲଢିବେ ମମତା

କୋଲାକାତା,୫ ।୩: ପଶ୍ଚିମବଙ୍ଗର ଶାସକ ଦଳ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ଶୁକ୍ରବାର ୨୯୧ ଆସନ ପାଇଁ ତା’ର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ବିଧାନସଭାର ମୋଟ ୨୯୪ ଆସନ ମଧ୍ୟରୁ ବାକି ୩ଟି ଆସନକୁ ସହଯୋଗୀ ଦଳ ପାଇଁ ଛାଡିଛି ଟିଏମ୍‌ସି । କୁହାଯାଉଛି କି ଶୁକ୍ରବାର ଦିଦିଙ୍କ ପାଇଁ ଶୁଭଦିନ ହୋଇଥିବାରୁ ସେ ଏହିଦିନ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ, ୨୦୧୧ ଓ ୨୦୧୬ରେ ବି ମମତା ବାନାର୍ଜୀ ଟିଏମ୍‌ସି ଭବନରୁ ଶୁକ୍ରବାର ପ୍ରାର୍ଥୀ ତାଲିକା ଘୋଷଣା କରିଥିଲେ । ଏଥରର ନିର୍ବାଚନରେ ନିଜେ ମମତା ନନ୍ଦୀଗ୍ରାମ ଆସନରୁ ନିର୍ବାଚନ ଲଢିବେ । ଏଠାରୁ ତାଙ୍କର ସିଧାସଳଖ ଲଢେଇ ଶୁଭେନ୍ଦୁ ଅଧିକାରୀଙ୍କ ସହ ହେବ ବୋଲି କୁହାଯାଉଛି । ହେଲେ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ପ୍ରାର୍ଥୀ ତାଲିକା ଘୋଷଣା ହେବା ପରେ ହିଁ ଏହା ସ୍ପଷ୍ଟ ହେବ । ଏଥର ଟିଏମ୍‌ସି କେତେଜଣ ନୂଆ ଚେହେରାଙ୍କୁ ମଧ୍ୟ ପ୍ରାର୍ଥୀ କରିଛି । ପୁଣି ୫୦ ସିଟିଂ ବିଧାୟକଙ୍କ ଟିକେଟ ମଧ୍ୟ ଏଥର କାଟିଛି ଟିଏମ୍‌ସି । କେତେଜଣ ବରିଷ୍ଠ ମନ୍ତ୍ରୀ ଓ ବିଧାୟକଙ୍କୁ ବି ଏଥର ଟିକେଟ୍ ଦିଆଯାଇ ନାର୍ହି । ଏଥର ମମତା ପୁଣି ଭରସା ରଖିଛନ୍ତି ଯେ ତାଙ୍କ ଦଳ ପଶ୍ଚିମବଙ୍ଗରେ ସରକାର ଗଠନ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri