Posted inଜାତୀୟ

ଭାଜପାକୁ ହଟାଇବାକୁ ସବୁ ଦଳ ଏକାଠି ହେବା ଆବଶ୍ୟକ: ମମତା

କୋଲକାତା,୨୯।୩: ପଶ୍ଚିମବଙ୍ଗ ପ୍ରତି କେନ୍ଦ୍ରର ଭେଦଭାବପୂର୍ଣ୍ଣ ମନୋଭାବକୁ ବିରୋଧ କରି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାରରୁ କୋଲକାତାରେ ଦୁଇ ଦିନିଆ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ୨୦୨୪ରେ ଲୋକ ସଭା ନିର୍ବାଚନ ସାଧାରଣ ଜନତା ଏବଂ ଭାଜପା ମଧ୍ୟରେ ହେବ। ଭାଜପାକୁ ଗାଦିଚ୍ୟୁତ କରି ଦେଶର ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ଦେଶର ସମସ୍ତ ନାଗରିକ ଆଗେଇ ଆସନ୍ତୁ। ଏହାସହ ଭାଜପା ସରକାରକୁ ହଟାଇବା ପାଇଁ ସମସ୍ତ ଦଳ ଏକଜୁଟ ହେବା ଉଚିତ ବୋଲି ମମତା କହିଛନ୍ତି।
ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆକ୍ଟ (ମନରେଗା) ଏବଂ ଗୃହ ଓ ସଡ଼କ ବିଭାଗର ଅନ୍ୟାନ୍ୟ ଯୋଜନା ଅନୁଯାୟୀ କେନ୍ଦ୍ର ରାଜ୍ୟକୁ ଅର୍ଥ ପ୍ରଦାନ ନ କରିବା ଅଭିଯୋଗରେ ମମତା ବାନାକର୍ଜୀ କୋଲକାତାରେ ବି.ଆର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ସାମ୍ନାରେ ବିରୋଧ ପ୍ରଦର୍ଶନ କରିଛନ୍ତି। ବିରୋଧ ପ୍ରଦର୍ଶନବେଳେ ମମତା ଏକ ନିଆରା ଉପାୟ ଆପଣାଇଛନ୍ତି। ତୃଣମୂଳ କଂଗ୍ରେସ ଦ୍ୱାରା ପ୍ରସ୍ତୁତ ମଞ୍ଚରେ ଏକ ପ୍ରତୀକାତ୍ମକ ୱାଶିଂ ମେଶିନ ସ୍ଥାପନ କରାଯାଇଥିଲା। ଏହାକୁ ‘ଭାଜପା ୱାଶିଂ ମେଶିନର ଯାଦୁ’ କୁହାଯାଉଥିଲା।
ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏଥିରେ କଳା ପୋଷାକ ରଖି ଧଳା ପୋଷାକ ବାହାର କରିଥିଲେ। ଭାଜପା ଶାସନ ଅଧୀନରେ ବିରୋଧୀ ଦଳକୁ କେନ୍ଦ୍ରୀୟ ଏଜେନ୍ସି ମାଧ୍ୟମରେ କରାଯାଉଛି।କିନ୍ତୁ ବିରୋଧୀଦଳର ନେତା ଭାଜପାରେ ଯୋଗଦେବା ମାତ୍ରେ ସେମାନେ ନିର୍ଦ୍ଦୋଷ ହୋଇଯାଉଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ମେ ୨୦ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

‘ପାଗଳ ଟ୍ରମ୍ପଙ୍କ ଆକ୍ରମଣ ବନ୍ଦ କର’: କାହାକୁ ଏମିତି କହିଲେ ପୂର୍ବତନ UN ପରମାଣୁ ନୀରିକ୍ଷଣ ମୁଖ୍ୟ

ଓ୍ବାଶିଂଟନ,୫।୪: ଜାତିସଂଘର ପରମାଣୁ ପ୍ରତ୍ୟକ୍ଷ ସଂସ୍ଥାର ପୂର୍ବତନ ମୁଖ୍ୟ ଶନିବାର ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟପ୍ରାଚ୍ୟକୁ ଅଗ୍ନିଗୋଲାରେ ପରିଣତ କରିବାରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ରୋକିବା ପାଇଁ ଅନୁରୋଧ କରିଛନ୍ତି।…

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ଯୁଦ୍ଧ ମଧ୍ୟରେ ଭିଡ଼ିଓ ଜାରି କରି ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘ଜୀବିତ ନାହାଁନ୍ତି ଇରାନର ଟପ କମାଣ୍ଡର’

ଓ୍ବାଶିଂଟନ,୫।୪: ମଧ୍ୟପ୍ରାଚ୍ୟରେ ବଢୁଥିବା ସଂଘର୍ଷ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ତେହରାନ ବିରୁଦ୍ଧରେ କରାଯାଇଥିବା ଏକ ବଡ଼ ଆକ୍ରମଣରେ ଇରାନର ଅନେକ…

ଦ୍ୱିତୀୟ F-15E ପାଇଲଟଙ୍କୁ ଉଦ୍ଧାର କଲା ଆମେରିକା, ଟ୍ରମ୍ପ କହିଲେ ଆମେ ଆମର ଯୋଦ୍ଧାଙ୍କୁ…

ଓ୍ବାଶିଂଟନ,୫।୪: ଗ୍ରାଉଣ୍ଡ ଅପରେଶନ ସମୟରେ ଆମେରିକା ଏହାର ଦ୍ୱିତୀୟ ପାଇଲଟଙ୍କୁ ଠାବ କରିଛି । ଦେଶରେ ସାମରିକ ଅଭିଯାନ ସମୟରେ ଇରାନ ଦ୍ୱାରା ଏକ ଆମେରିକୀୟ F-15E…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri