Posted inଜାତୀୟ

ପୁଣି ବିବାଦରେ ଦିଦି

କୋଲକତା,୨୪।୩: ପଶ୍ଚିମବଙ୍ଗର ବୀରଭୂମରେ ହୋଇଥିବା ହିଂସାକୁ ନେଇ ରାଜନୀତି ଏବେ ତୀବ୍ର ହୋଇଛି। ଭାଜପା, କଂଗ୍ରେସ ସମେତ ଅନେକ ବିରୋଧୀଦଳ ନେତା ଟିଏମସି ସରକାର ବିରୋଧରେ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ଏସବୁ ମଧ୍ୟରେ ମମତା ବାନାର୍ଜୀ ଗୁରୁବାର ବୀରଭୂମରେ ପହଞ୍ଚି ହିଂସାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାରକୁ ଭେଟିଛନ୍ତି। ଏହାସହ ହିଂସା ଘଟଣାରେ ଅଭିଯୁକ୍ତମାନଙ୍କୁ ଚେତାବନୀ ମଧ୍ୟ ଦେଇଥିଲେ। ମମତା କହିଛନ୍ତି, ରାମପୁରହାଟ ହତ୍ୟାକାଣ୍ଡର ସନ୍ଦିଗ୍ଧ ଅଭିଯୁକ୍ତଙ୍କୁ ଖୋଜିବାକୁ ପଡ଼ିବ। ସମସ୍ତେ ଆତ୍ମସମର୍ପଣ କରନ୍ତୁ ନଚେତ୍‌ ପୋଲିସ ଗିରଫ କରିବ।
ବୀରଭୂମ ହିଂସାରେ ମୃତକଙ୍କ ପରିବାରକୁ ଭେଟିବା ପୂର୍ବରୁ ମମତା ମଧ୍ୟ ବିବାଦ ଭିତରକୁ ଆସିଛନ୍ତି। ଦଳୀୟ କର୍ମୀମାନେ ତାଙ୍କୁ ସ୍ବାଗତ କରିବା ପାଇଁ ତୋରଣ ଲଗାଇଥିଲେ। ଏହାକୁ ସମାଲୋଚନା କରାଯାଉଛି। ତୁମେ ଶୋକ କରିବାକୁ ଯାଇଛ କି ଉତ୍ସବ ପାଳନ କରିବାକୁ ଯାଉଛ ବୋଲି ଭାଜପା ପ୍ରଶ୍ନ କରିଛି। ଭାଜପା ନେତା ଅମିତ ମାଲଭିଆ ଟୁଇଟ୍‌ କରି କହିଛନ୍ତି ଯେ, ଲଜ୍ଜାଜନକ! ଏପଟେ ବୀରଭୂମର ରାମପୁରହାଟରେ ଟିଏମସି ୟୁନିଟ୍‌ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ମୁଖ୍ୟ ଫାଟକରେ ତୋରଣ ଲଗାଯାଇଛି। ସେପଟେ କୁହାଯାଉଛି ମମତା ଜଘନ୍ୟ ହତ୍ୟାକାଣ୍ଡ ସ୍ଥାନକୁ ଶୋକ ବ୍ୟକ୍ତ କରିବା ପାଇଁ ଯାଉଛନ୍ତି। ଏହା ନିଷ୍ଠୁର, ଅମାନବୀୟ।
ସୂଚନାଯୋଗ୍ୟ, ନିକଟରେ ଟିଏମ୍‌ସି ନେତା ଭାଦୁ ଶେଖଙ୍କୁ ହତ୍ୟା କରାଯାଇଥିଲା। ଏହାର ପ୍ରତିଶୋଧ ନେବା ପାଇଁ ଡଜନେରୁ ଅଧିକ ଘର ଜାଳି ଦିଆଯାଇଛି। ଏଥିରେ ୨ ଜଣ ଶିଶୁଙ୍କ ସମେତ ୮ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri