Posted inଜାତୀୟ

ଡିସେମ୍ବର ସୁଦ୍ଧା ଭାଙ୍ଗଯିବ ମମତା ବାନାର୍ଜୀଙ୍କ ସରକାର, ଶୁଭେନ୍ଦୁ କଲେ ଦାବି…

କୋଲକାତା, ୧୦।୮ : ପଶ୍ଚିମବଙ୍ଗରେ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏକ ବଡ ଦାବି କରିଛନ୍ତି ଯେ ରାଜ୍ୟର ତୃଣମୂଳ କଂଗ୍ରେସର ମମତା ବାନାର୍ଜୀ ସରକାର ଡିସେମ୍ବର ସୁଦ୍ଧା ପତନ ହେବ। ରାଜ୍ୟରେ ୨୦୨୪ ରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ସହିତ ରାଜ୍ୟରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେବ ବୋଲି ସେ ଦାବି କରିଛନ୍ତି।

ଶୁଭେନ୍ଦୁଙ୍କ ଏହି ବିବୃତ୍ତି ଉପରେ ରାଜ୍ୟରେ କଳ୍ପନାଜଳ୍ପନା ଜାରି ରହିଛି। ଯଦିଓ ଏହା ପ୍ରଥମ ଥର ନୁହେଁ ଯେ ଶୁଭେନ୍ଦୁ ଏଭଳି ଦାବି କରୁଛନ୍ତି, କିନ୍ତୁ ଏଥର ସେ ନିଦ୍ଦିଷ୍ଟ ସମୟ ସୀମା କହିଥିବାରୁ ରାଜ୍ୟରେ ରାଜନୈତିକ ଉଷ୍ଣତା ବଢ଼ିବାରେ ଲାଗିଛି। ଶୁଭେନ୍ଦୁ କହିଛନ୍ତି କିଛି ମାସ ଅପେକ୍ଷା କର ଏବଂ ଚଳିତ ବର୍ଷ ଡିସେମ୍ବର ପର୍ଯ୍ୟନ୍ତ ପଶ୍ଚିମବଙ୍ଗରେ ମମତା କ୍ଷମତାଚ୍ୟୁତ ହେବେ।

ତେବେ ତାଙ୍କ ଦାବି ପରେ ତୃଣମୂଳ କଂଗ୍ରେସର ଉତ୍ତର ମଧ୍ୟ ସାମ୍ନାକୁ ଆସିଛି। ଏହାର ଏକ ରିପୋର୍ଟରେ ଇକୋନୋମିକ ଟାଇମ୍ସ ରିପୋର୍ଟ କରିଛି ଯେ ଶୁଭେନ୍ଦୁଙ୍କ ଏଭଳି ମନ୍ତବ୍ୟ ଉପରେ ତୃଣମୂଳର ଜାତୀୟ ମୁଖପାତ୍ର ସୁଖେନ୍ଦୁ ଶେଖର କହିଛନ୍ତି ଯେ ରାଜ୍ୟ ସରକାରଙ୍କୁ ହଟାଇବା ପାଇଁ ଭାଜପା କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛି। କିନ୍ତୁ ଖୁବ ଶୀଘ୍ର ସମୟ ଆସିବ ଯେତେବେଳେ ଭାଜପା ଦେଶରୁ ମୂଳପୋଛ ହୋଇଯିବ।

ନିକଟରେ ଶୁଭେନ୍ଦୁ ଆଡିକାରୀ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟି ୧୦୦ ଜଣ ଟିଏମସି ନେତାଙ୍କ ତାଲିକା ଦାଖଲ କରିଥିଲେ। ଶୁଭେନ୍ଦ ବାରମ୍ବାର ଦାବି କରୁଛନ୍ତି ଯେ ଝାଡଖଣ୍ଡ, ରାଜସ୍ଥାନ ଏବଂ ପଶ୍ଚିମବଙ୍ଗରେ ମହାରାଷ୍ଟ୍ର ଭଳି ପରିସ୍ଥିତି ସୃଷ୍ଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

Video: କାପଟେନ ସ୍ମିତ୍‌ଙ୍କ ନୂଆ ଭିଡ଼ିଓ ଦେଖିଲେ ଛାତି ଥରି ଉଠିବ, ଏବେ କହିଲେ ‘ହନୁମାନ’ ମୋତେ ବଞ୍ଚାଇଦେଲେ

ନୂଆଦିଲ୍ଲୀ,୨।୧୦: ଫ୍ଲାଏ-ଦୁବାଇ (Flydubai) ବିମାନ ଘଟଣା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନରେ କଥା ହୋଇଥିଲେ। ଶୁକ୍ରବାର (ଅକ୍ଟୋବର…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି

ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?