Posted inଜାତୀୟ

ଡିସେମ୍ବର ସୁଦ୍ଧା ଭାଙ୍ଗଯିବ ମମତା ବାନାର୍ଜୀଙ୍କ ସରକାର, ଶୁଭେନ୍ଦୁ କଲେ ଦାବି…

କୋଲକାତା, ୧୦।୮ : ପଶ୍ଚିମବଙ୍ଗରେ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏକ ବଡ ଦାବି କରିଛନ୍ତି ଯେ ରାଜ୍ୟର ତୃଣମୂଳ କଂଗ୍ରେସର ମମତା ବାନାର୍ଜୀ ସରକାର ଡିସେମ୍ବର ସୁଦ୍ଧା ପତନ ହେବ। ରାଜ୍ୟରେ ୨୦୨୪ ରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ସହିତ ରାଜ୍ୟରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେବ ବୋଲି ସେ ଦାବି କରିଛନ୍ତି।

ଶୁଭେନ୍ଦୁଙ୍କ ଏହି ବିବୃତ୍ତି ଉପରେ ରାଜ୍ୟରେ କଳ୍ପନାଜଳ୍ପନା ଜାରି ରହିଛି। ଯଦିଓ ଏହା ପ୍ରଥମ ଥର ନୁହେଁ ଯେ ଶୁଭେନ୍ଦୁ ଏଭଳି ଦାବି କରୁଛନ୍ତି, କିନ୍ତୁ ଏଥର ସେ ନିଦ୍ଦିଷ୍ଟ ସମୟ ସୀମା କହିଥିବାରୁ ରାଜ୍ୟରେ ରାଜନୈତିକ ଉଷ୍ଣତା ବଢ଼ିବାରେ ଲାଗିଛି। ଶୁଭେନ୍ଦୁ କହିଛନ୍ତି କିଛି ମାସ ଅପେକ୍ଷା କର ଏବଂ ଚଳିତ ବର୍ଷ ଡିସେମ୍ବର ପର୍ଯ୍ୟନ୍ତ ପଶ୍ଚିମବଙ୍ଗରେ ମମତା କ୍ଷମତାଚ୍ୟୁତ ହେବେ।

ତେବେ ତାଙ୍କ ଦାବି ପରେ ତୃଣମୂଳ କଂଗ୍ରେସର ଉତ୍ତର ମଧ୍ୟ ସାମ୍ନାକୁ ଆସିଛି। ଏହାର ଏକ ରିପୋର୍ଟରେ ଇକୋନୋମିକ ଟାଇମ୍ସ ରିପୋର୍ଟ କରିଛି ଯେ ଶୁଭେନ୍ଦୁଙ୍କ ଏଭଳି ମନ୍ତବ୍ୟ ଉପରେ ତୃଣମୂଳର ଜାତୀୟ ମୁଖପାତ୍ର ସୁଖେନ୍ଦୁ ଶେଖର କହିଛନ୍ତି ଯେ ରାଜ୍ୟ ସରକାରଙ୍କୁ ହଟାଇବା ପାଇଁ ଭାଜପା କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛି। କିନ୍ତୁ ଖୁବ ଶୀଘ୍ର ସମୟ ଆସିବ ଯେତେବେଳେ ଭାଜପା ଦେଶରୁ ମୂଳପୋଛ ହୋଇଯିବ।

ନିକଟରେ ଶୁଭେନ୍ଦୁ ଆଡିକାରୀ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟି ୧୦୦ ଜଣ ଟିଏମସି ନେତାଙ୍କ ତାଲିକା ଦାଖଲ କରିଥିଲେ। ଶୁଭେନ୍ଦ ବାରମ୍ବାର ଦାବି କରୁଛନ୍ତି ଯେ ଝାଡଖଣ୍ଡ, ରାଜସ୍ଥାନ ଏବଂ ପଶ୍ଚିମବଙ୍ଗରେ ମହାରାଷ୍ଟ୍ର ଭଳି ପରିସ୍ଥିତି ସୃଷ୍ଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri