Posted inଜାତୀୟ

ଶୁଭେନ୍ଦୁଙ୍କଠାରୁ ହାର୍‌ ମାନିବାକୁ ପ୍ରସ୍ତୁତ ନାହାନ୍ତି ଦିଦି: ଜୁନ୍‌ ୨୪ ଶୁଣାଣି

କୋଲକତା,୧୮।୬: ପଶ୍ଚିମବଙ୍ଗର ବିଧାନସଭା ନିର୍ବାଚନରେ ନନ୍ଦିଗ୍ରାମ ଆସନରୁ ଭାଜପା ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କଠାରୁ ହାରିଯାଇଥିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପରେ ସେ ଶୁଭେନ୍ଦୁ ଅଧିକାରୀଙ୍କ ବିଜୟ ବିରୋଧରେ କଲିକତା ହାଇକୋର୍ଟରେ ପହଞ୍ଚିଛନ୍ତି। ନନ୍ଦୀଗ୍ରାମରେ ସମଗ୍ର ନିର୍ବାଚନ ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରି ମମତା ହାଇକୋର୍ଟରେ ଏକ ପିଟିସନ ଦାଖଲ କରିଛନ୍ତି। ତେବେ କଲିକତା ହାଇକୋର୍ଟ ମମତା ବାନାର୍ଜୀଙ୍କ ଆବେଦନ ଉପରେ ଶୁଣାଣି ଜୁନ୍‌ ୨୪ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି।
ସୂଚନାଯୋଗ୍ୟ ଯେ, ବଙ୍ଗଳାର ଆଠଟି ପର୍ଯ୍ୟାୟରେ ଅନୁଷ୍ଠିତ ନିର୍ବାଚନ ପରେ ମେ ୨ରେ ଫଳାଫଳ ଘୋଷଣା କରାଯାଇଥିଲା। ଏଥିରେ ସମସ୍ତଙ୍କ ନଜର ରାଜ୍ୟର ହଟସିଟ୍‌ ନନ୍ଦିଗ୍ରାମ ଉପରେ ଥିଲା। ଫଳାଫଳ ଗଣତି ଦିନ ପ୍ରଥମେ ମମତା ନିଜ ପ୍ରତିଦ୍ୱନ୍ଦୀଙ୍କ ପାଖରୁ ୧୨୦୦ ଭୋଟରେ ବିଜୟୀ ହୋଇଥିଲେ ବୋଲି କୁହାଯାଇଥିଲା। ଏ ନେଇ ମମତା ଭୋଟରଙ୍କୁ ଧନ୍ୟବାଦ ମଧ୍ୟ ଦେଇ ସାରିଥିଲେ। ହେଲେ ଶୁଭେନ୍ଦୁଙ୍କ ଅନୁରୋଧ କ୍ରମେ ନିର୍ବାଚନ କମିଶନର ଆଉ ଥରେ ଭୋଟ ଗଣତି କରିଥିଲେ। ଏହାପରେ ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ମମତା ପରାସ୍ତ ହୋଇଥିବା ଘୋଷଣା କରିଥିଲେ ନିର୍ବାଚନ କମିଶନର। ପରେ ମମତା କହିଥିଲେ ନନ୍ଦିଗ୍ରାମରେ ଯାହା ହେଲା ଭୁଲି ଯାଅ। ନିର୍ବାଚନ କମିଶନ କେନ୍ଦ୍ରର ନିର୍ଦ୍ଦେଶ କ୍ରମେ ଭୋଟ ଗଣତରି ଜାଲିଆତି କରିଛି ବୋଲି ଦିଦି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri