Posted inଜାତୀୟ

ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ମମତାଙ୍କ ଘରେ ବିଶେଷ ପୂଜା!

କୋଲକାତା,୨୬ ।୨: ନିର୍ବାଚନ କମିଶନଙ୍କ ଦ୍ୱାରା ଶୁକ୍ରବାର ଏକ ଖବରଦାତା ସମ୍ମିଳନୀର ଆୟୋଜନ କରଯାଇଥିବା ବେଳେ ଏଥିରେ ୫ ରାଜ୍ୟର ବିଧାନସଭା ପାଇଁ ତାରିଖ ଘୋଷଣା କରାଯିବ ବୋଲି ଅନୁମାନ କରାଯାଇଛି । ହେଲେ ଏହା ପୂର୍ବରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘରେ ଏକ ବିଶେଷ ପୂଜାର ଆୟୋଜନ କରାଯାଇଥିବା ସୂଚନା ମିଳିଛି । କୋଲକାତା ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଏହି ପୂଜାର ଆୟୋଜନ କରାଯାଇଛି । ହେଲେ ଏପର୍ଯ୍ୟନ୍ତ ପୂଜାରେ ମମତାଙ୍କୁ ଦେଖିବାକୁ ମିଳି ନ ଥିବା ବେଳେ ସେ ଏହି ପୂଜାରେ ଉପସ୍ଥିତ ରହିବେ ବୋଲି ଜଣାପଡିଛି । ସୂଚନାଯୋଗ୍ୟ, ପଶ୍ଚିମବଙ୍ଗରେ ଆଗକୁ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଏବେଠାରୁ ପ୍ରାୟ ସବୁ ରାଜନୈତିକ ଦଳ ନିଜ ନିଜର ଶକ୍ତି ଖଟାଇଲେଣି । ମମତା ବି ସବୁବେଳେ ଆକ୍ସନ ମୁଡରେ ଥିବା ଲକ୍ଷ୍ୟ କରାଯାଇଛି । ନିକଟରେ ତୈଳ ଦର ବୃଦ୍ଧି ପ୍ରତିବାଦରେ ମମତା ନିଜେ ସ୍କୁଟି ଚଲାଇ ଯିବା ଓ ଇ-ସ୍କୁଟରରେ ରାଲି ବାହାର କରିବା ଦେଖାଯାଇଥିଲା । ଅନ୍ୟପଟେ ଭାରତୀୟ ଜନତା ପାର୍ଟି(ଭାଜପା)ର ରାକେଶ ସିହ୍ନା କହିଛନ୍ତି ଏଥର ପଶ୍ଚିମବଙ୍ଗରେ ଭାଜପା ଶାସନ କ୍ଷମତାକୁ ଆସିବ । କାରଣ ଏଠାରେ ଯେଉଁଭଳି ଭାବେ ଅରାଜକତା, ହିଂସା ଓ କୁସାଶନ ବଢି ଚାଲିଛି ଏଥିପାଇଁ କେବଳ ଭାଜପା ସରକାରର ଆବଶ୍ୟକତା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?