Posted inଜାତୀୟ

ମହାରାଷ୍ଟ୍ର-ଦିଲ୍ଲୀରେ ଭାଜପା ଜିତିବା ନେଇ ମମତା ଆଣିଲେ ବଡ଼ ଅଭିଯୋଗ, କହିଲେ ନିର୍ବାଚନ କମିଶନ ନିରପେକ୍ଷ…

କୋଲକାତା,୨୭ା୨: ଆସନ୍ତା ବର୍ଷ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସକ୍ରିୟ ହୋଇ ଉଠିଛନ୍ତି। ସେ ଗୁରୁବାର କୋଲକାତାର ନେତାଜୀ ଷ୍ଟାଡିୟମରେ ସମସ୍ତ ଏମ୍‌ପି ଏବଂ ବିଧାୟକଙ୍କ ସହିତ ବ୍ଲକସ୍ତରୀୟ ନେତାମାନଙ୍କର ଏକ ବୈଠକ ଡକାଇଛନ୍ତି। ଏହି ବୈଠକରେ ସେ ଦିଲ୍ଲୀ ଏବଂ ମହାରାଷ୍ଟ୍ରରେ ଭାଜପାର ବିଜୟ ପାଇଁ ନିର୍ବାଚନ କମିଶନଙ୍କ କାର୍ଯ୍ୟଶୈଳୀକୁ ଦାୟୀ କରିଥିଲେ।

ମମତା କହିଛନ୍ତି, ‘ଦିଲ୍ଲୀ ଏବଂ ମହାରାଷ୍ଟ୍ରରେ, ଭାଜପା ହରିୟାଣା ଏବଂ ଗୁଜରାଟର ଲୋକଙ୍କ ନକଲି ଭୋଟ ତିଆରି କରି ନିର୍ବାଚନ ଜିତିଛି।’ ସେ କର୍ମୀମାନଙ୍କ ସମ୍ମୁଖରେ ଘୋଷଣା କଲେ ଯେ, ଯଦି ଆବଶ୍ୟକ ହୁଏ, ତେବେ ଆମେ ଭୋଟର ତାଲିକାରୁ ନକଲି ଭୋଟରଙ୍କ ନାମ ବାଦ୍‌ ଦେବା ଦାବିରେ ନିର୍ବାଚନ କମିଶନ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ମଧ୍ୟ ଦେବୁ।

ବୈଠକରେ ମମତା ଜ୍ଞାନେଶ କୁମାରଙ୍କୁ ମୁଖ୍ୟ ନିର୍ବାଚନ କମିଶନର ଭାବରେ ନିଯୁକ୍ତ କରି ଭାଜପା ନିର୍ବାଚନ କମିଶନକୁ ପ୍ରଭାବିତ କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଥିଲେ। ସେ କହିଛନ୍ତି ଯେ, ନିର୍ବାଚନ କମିଶନ ନିରପେକ୍ଷ ନ ହେଲେ ମୁକ୍ତ ଏବଂ ନିରପେକ୍ଷ ନର୍ବାଚନ ହୋଇପାରିବ ନାହିଁ।

ଏହି ବୈଠକରେ କର୍ମୀମାନଙ୍କୁ ସମ୍ବୋଧିତ କରି ଟିଏମ୍‌ସି ମହାସଚିବ ଅଭିଷେକ ବାନାର୍ଜୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ମମତାଙ୍କ ସହ ତାଙ୍କର କୌଣସି ମତଭେଦ ନାହିଁ। ସେ କହିଥିଲେ ଯେ, ମୁଁ ତୃଣମୂଳ କଂଗ୍ରେସର ଜଣେ ବିଶ୍ୱସ୍ତ ସୈନିକ ଏବଂ ମୋର ନେତ୍ରୀ ହେଉଛନ୍ତି ମମତା ବାନାର୍ଜୀ। ଭାରତୀୟ ଜନତା ପାର୍ଟିରେ ଯୋଗଦେବା ନେଇ ହେଉଥିବା କଳ୍ପନାଜଳ୍ପନାକୁ ପ୍ରତ୍ୟାଖ୍ୟାନ କରି ଅଭିଷେକ କହିଛନ୍ତି, ‘ଯେଉଁମାନେ କହୁଛନ୍ତି ଯେ, ମୁଁ ଭାଜପାରେ ଯୋଗଦେଉଛି, ସେମାନେ ମିଥ୍ୟା ଗୁଜବ ପ୍ରଚାର କରୁଛନ୍ତି।’

ସେ କହିଲେ, ‘ମୁଁ ସେହି ଲୋକମାନଙ୍କୁ ଜାଣେ ଯେଉଁମାନେ ଏପରି ମିଥ୍ୟା ଖବର ପ୍ରସାରଣ କରୁଛନ୍ତି।’ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ପୂର୍ବରୁ ସେମାନଙ୍କର କିଛି ସ୍ବାର୍ଥ ଅଛି। ଡାଇମଣ୍ଡ ହର୍ବରରୁ ଏମ୍‌ପି ବାନାର୍ଜୀ ମଧ୍ୟ କହିଛନ୍ତି ଯେ, ସେ ଗତ ବିଧାନସଭା ନିର୍ବାଚନ ସମୟରେ ଯେପରି ଦଳ ଭିତରେ ବିଶ୍ୱାସଘାତକମାନଙ୍କୁ ପର୍ଦ୍ଦାଫାଶ କରିଥିଲେ, ସେପରି ସେ ଜାରି ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିମାନବନ୍ଦରରେ ପଦକଧାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୨ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସଫଳ ପ୍ରଦର୍ଶନ ପରେ ଓ୍ବେଟଲିଫ୍ଟର ମୀରାବାଈ ଚାନୁ, ଲଭପ୍ରୀତ ସିଂଙ୍କ ସମେତ ଭାରତୀୟ ଖେଳାଳିଙ୍କ ପ୍ରଥମ ବ୍ୟାଚ୍‌ ରବିବାର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri