ବାରଣ୍ଡାରେ ଅନୁଷ୍ଠିତ ହେଲା ମମତା ଦିବସ

କେନ୍ଦ୍ରାପଡ଼ା ଅଫିସ, ୧୪ା୧୨: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଭିତରଗଡ଼ ପଞ୍ଚାୟତର ଶିଳାପୋଖରୀ ଗ୍ରାମରେ ଅନୁଷ୍ଠିତ ହୋଇଥିବା ମମତା ଦିବସ ଶିବିରରେ ମାତୃ, ଶିଶୁ ଓ ଗର୍ଭବତୀ ମହିଳାଙ୍କ ଓଜନ, ରକ୍ତ ପରୀକ୍ଷା ଓ ହିମୋଗ୍ଲୋବିନ ପରୀକ୍ଷା ଭଳି ଅନେକ ପରୀକ୍ଷା ନିମନ୍ତେ ଏହି ଶିବିର ଅନୁଷ୍ଠିତ ହୋଇଛି। ମାତ୍ର ଏହି ପଞ୍ଚାୟତରେ ଏଏନ୍‌ଏମ୍‌ ସେଣ୍ଟର ନ ଥିବାରୁ ଅଙ୍ଗନଓ୍ବାଡି କେନ୍ଦ୍ରରେ ମମତା ଦିବସ କରିବାକୁ ଚୟନ କରାଯାଇଥିଲା। କିନ୍ତୁ ଅଙ୍ଗନଓ୍ବାଡି କେନ୍ଦ୍ରର କର୍ମୀ ଏବଂ ସହାୟିକାଙ୍କ ଅନଶନ କାରଣରୁ ମମତା ଦିବସ କାର୍ଯ୍ୟକ୍ରମ ବାରଣ୍ଡାରେ ହୋଇଥିଲା।
ସୂଚନାଥାଉ କି, ଶିଶୁ ଓ ଗର୍ଭବତୀ ମହିଳାଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ମମତା ଦିବସ ଭଳି ଏକ ସୁନ୍ଦର କାର୍ଯ୍ୟକ୍ରମ ଗଁା ଗହଳିରେ କରାଇବାକୁ ପଦକ୍ଷେପ ନେଇଛନ୍ତି। ସେହିପରି ରାଜନଗର ବ୍ଲକ ଭିତରଗଡ଼ ପଞ୍ଚାୟତ ଶିଳାପୋଖରୀ ଗ୍ରାମରେ ପ୍ରତ୍ୟେକ ମାସ ଦ୍ୱିତୀୟ ମଙ୍ଗଳବାର ଅଙ୍ଗନଓ୍ବାଡି କେନ୍ଦ୍ରରେ ମମତା ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଆସୁଛି। ପ୍ରତ୍ୟେକ ମାସ ପରି ମଙ୍ଗଳବାର ମମତା ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସରକାରଙ୍କ ନିର୍ଦ୍ଦେଶକ୍ରମେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତର ସହ ଶିଳାପୋଖରୀ ଗ୍ରାମର ଆଶା୍‌କର୍ମୀ ଜାନକୀ ମଣ୍ଡଳ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିଲେ। ମାତ୍ର ଦିନ ୧୦ଟା ପର୍ଯ୍ୟନ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ଥିବାରୁ ଉକ୍ତ କେନ୍ଦ୍ରର ଦାୟିତ୍ୱରେ ଥିବା କର୍ମୀଙ୍କୁ ଫୋନ ଯୋଗେ ଯୋଗାଯୋଗ କରିବାରୁ ଆମେ ଅନଶନରେ ଅଛୁ କେନ୍ଦ୍ର ଖୋଲିବୁନି କି କାହାକୁ ଚାବି ଦେଇପାରିବୁ ନାହିଁ ବୋଲି ରୋକଠୋକ ମନା କରିଦେଇଥିଲେ। ଏଥିନେଇ ମମତା ଦିବସ ଅଙ୍ଗନଓ୍ବାଡି କେନ୍ଦ୍ରର ବାରଣ୍ଡାରେ ଅନୁଷ୍ଠିତ ହୋଇଥିଲା। ମାତ୍ର ସମସ୍ତ ସାମଗ୍ରୀ ଅଙ୍ଗନଓ୍ବାଡି କେନ୍ଦ୍ରରେ ଥିବା କାରଣରୁ ଆସିଥିବା ମହିଳା ଏବଂ ଶିଶୁ ଫେରିଯାଇଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା। ମମତା ଦିବସରେ ଚିକିତ୍ସା ହେବାକୁ ଆସୁଥିବା ମାତୃ ଏବଂ ଶିଶୁଙ୍କ ଚିକିତ୍ସା ଓ ଓଜନ ଯନ୍ତ୍ର ବନ୍ଦ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରରେ ଥିବାରୁ ଆସିଥିବା ମାତୃ ଏବଂ ଶିଶୁଘରକୁ ଫେରିଗଲେ ବୋଲି ଶିଳାପୋଖରୀ ଗ୍ରାମର ଆଶାକ୍ରମୀ କହିଛନ୍ତି। ଏନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏନେଇ ସୁପରଭାଇଜର ରାଜନୀ ରାଉଳଙ୍କୁ ପଚାରିବାରୁ ମମତା ଦିବସ କାର୍ଯ୍ୟକ୍ରମ ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ର ଖୋଲିବା ଅନଶନ ସହ ଏହାର କିଛି ଯାଏ ଆସ ନାହଁି। ସେ କାହିଁକି ଖୋଲି ନାହାନ୍ତି ମୁଁ ପଚାରି ବୁଝିବି ବୋଲି ସୁପରଭାଇଜର ରାଜନୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?