Posted inଜାତୀୟ

ମମତା କହିଲେ ମହିଳାଙ୍କୁ ସଂରକ୍ଷଣ ଦେଇ ପାରିଲାନି ଭାଜପା ସରକାର, ଅଖିଳେଶଙ୍କ ଦାବି ଭାଙ୍ଗିଯିବ ଏନଡିଏ ସରକାର

କୋଲକାତା,୨୧।୭: ପଶ୍ଚିମବଙ୍ଗରେ ଶାସକ ତ୍ରୁଣମୂଳ କଂଗ୍ରେସ (ଟିଏମସି) ର ଶହୀଦ ଦିବସ ସମାବେଶରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଯେ ତ୍ରୁଣମୂଳ କଂଗ୍ରେସ ହେଉଛି ଏକମାତ୍ର ଦଳ ଯେଉଁଥିରେ ୩୮ପ୍ରତିଶତ ମହିଳା ଏମପି ଅଛନ୍ତି। ନିର୍ବାଚନ ପୂର୍ବରୁ ଭାଜପା ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେବାକୁ ଦାବି କରିଥିଲା, କିନ୍ତୁ ତାହା କରିପାରିଲା ନାହିଁ। ଧର୍ମତଲାରେ ଚାଲିଥିବା ସମାବେଶରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ମଧ୍ୟ ଅଂଶଗ୍ରହଣ କରିଥିଲେ। ସେ କହିଛନ୍ତି ଯେ ଖୁବ ଶୀଘ୍ର ଏନଡିଏ ସରକାର ଭାଙ୍ଗି ପଡ଼ିବ।

ମମତା ବାନାର୍ଜୀ କହିଛନ୍ତି ଯେ ମୋ ନିମନ୍ତ୍ରଣ କ୍ରମେ ଅଖିଳେଶ ଯାଦବ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିଲେ, ମୁଁ ତାଙ୍କୁ ଧନ୍ୟବାଦ ଦେଉଛି। ମୁଁ ଚାହୁଁଛି ସମଗ୍ର ଦେଶ ସହିତ ବଙ୍ଗଳାର ସମ୍ପର୍କ ସୁଦୃଢ ହେଉ। ୟୁପିରେ ଅଖିଳେଶ ଯାଦବଙ୍କ ଦ୍ୱାରା ପ୍ରଦର୍ଶିତ ଖେଳ ପରେ ଭାଜପା ଇସ୍ତଫା ଦେବା ଉଚିତ୍‌।
ଏହି ସମୟରେ ଏସପି ମୁଖ୍ୟ ଅଖିଳେଶ ଯାଦବ କହିଛନ୍ତି ଯେ ସାମ୍ପ୍ରଦାୟିକ ଧାଡିରେ ଭାରତକୁ ଭାଗ କରିବାକୁ ଷଡଯନ୍ତ୍ର କରୁଥିବା ବାହିନୀ ସାମୟିକ ସଫଳତା ପାଇପାରେ, କିନ୍ତୁ ଶେଷରେ ସେମାନେ ପରାସ୍ତ ହେବେ। କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନଡିଏ ସରକାର ଅଧିକ ଦିନ ରହିବେ ନାହିଁ, ଏହା ଶୀଘ୍ର ଭାଙ୍ଗିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?