Posted inଜାତୀୟ

ପାକିସ୍ତାନର ପରମାଣୁ ବୋମାକୁ ଡରୁଛନ୍ତି ମମତା ଦିଦି: ଅମିତ ଶାହା

କୋଲକାତା,୨୨।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ପୁଣି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ବର୍ଷିଛନ୍ତି। ପାକିସ୍ତାନର ଆଣବିକ ବୋମାକୁ ମମତା ଦିଦି ଭୟ କରିପାରନ୍ତି, କିନ୍ତୁ ଆମେ ପିଓକେକୁ ଅକ୍ତିଆର କରିବୁ। ପଶ୍ଚିମବଙ୍ଗର କାନ୍ଥିରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରି ଏକଥା କହିଛନ୍ତି। ସେ କହିଛନ୍ତି,ମା’-ମାଟି-ମନୁଷ ସ୍ଲୋଗାନ ଦେଇ କ୍ଷମତାକୁ ଆସିଥିବା ମମତା ଏହି ସ୍ଲୋଗାନକୁ ମୁଲ୍ଲା, ମଦ୍ରାସା ଏବଂ ମାଫିଆରେ ପରିବର୍ତ୍ତନ କରିଛନ୍ତି।
ଅମିତ ଶାହା କହିଛନ୍ତି, ୭୦ ବର୍ଷ ଧରି କଂଗ୍ରେସ ଏବଂ ଟିଏମସି ରାମ ମନ୍ଦିରକୁ ଅଟକାଇବାରେ ଲାଗିପଡିତତ୍ଲେ। ଆପଣମାନେ ମୋଦି ଜୀଙ୍କୁ ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ କରିଥିଲେ, ୫ ବର୍ଷ ମଧ୍ୟରେ ସେ ଏହି ମାମଲାରେ ଜିତିଥିଲେ। ଭୂମି ପୂଜନ କରିଥିଲେ ଏବଂ ଜାନୁଆରୀରେ ମଧ୍ୟ ଏହି ପ୍ରାଣ ପ୍ରତିଷ୍ଠା ହୋଇଥିଲା। ପ୍ରାଣ ପ୍ରତିଷ୍ଠା ପାଇଁ ମମତା ଦିଦିଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଥିଲା। କିନ୍ତୁ ସେ ଅଯୋଧ୍ୟାକୁ ଯାଇ ନଥିଲେ। ଭୋଟ ବ୍ୟାଙ୍କକୁ ଭୟ କରୁଥିବାରୁ ସେ ଯାଇ ନ ଥିଲେ। ତାଙ୍କ ଭୋଟ ବ୍ୟାଙ୍କ ଅନୁପ୍ରବେଶକାରୀ।
ମମତା ବାନାର୍ଜୀଙ୍କୁ ଆକ୍ରମଣ କରି ଅମିତ ଶାହା କହିଛନ୍ତି, ମମତା ଦିଦି ସିଏଏର କାର୍ଯ୍ୟକାରିତା ବିରୋଧରେ ଠିଆ ହୋଇଥିଲେ। କାରଣ ସେ ତାଙ୍କ ଭୋଟ ବ୍ୟାଙ୍କକୁ ଭୟ କରୁଛନ୍ତି। ୟୁପିଏ ଶାସନ କାଳରେ ପାକିସ୍ତାନୀ ଅନୁପ୍ରବେଶକାରୀମାନେ ଆମ ଉପରେ ଆକ୍ରମଣ କରୁଥିଲେ ଏବଂ ପରେ ପଳାତକ ହୋଇଥିଲେ। କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଉରି ଭଳି ଅପରେଶନ ଏବଂ ଏୟାର ଷ୍ଟ୍ରାଇକ ସହିତ ଆତଙ୍କବାଦୀ ଆକ୍ରମଣର ଜବାବ ଦେଇଛନ୍ତି। ଆମେ ପାକିସ୍ତାନରେ ପ୍ରବେଶ କରି ଆତଙ୍କବାଦୀଙ୍କୁ ହଟାଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri