Posted inଜାତୀୟ

ୟଶଓ୍ବନ୍ତଙ୍କୁ ମମତା ଦିଦିଙ୍କ ଗୁରୁଦାୟିତ୍ୱ

କୋଲକାତା,୧୫।୩: ତୃଣମୂଳ କଂଗ୍ରେସରେ ଯୋଗଦେବା ପରେ ୟଶଓ୍ବନ୍ତ ସିହ୍ନାଙ୍କୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁଦାୟିତ୍ୱ ପ୍ରଦାନ କରିଛନ୍ତି। ୟଶଓ୍ବନ୍ତଙ୍କୁ ଦଳର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଏହା ସହିତ ସେ ରାଷ୍ଟ୍ରୀୟ କାର୍ଯ୍ୟ ସମିତିର ସଦସ୍ୟ ଭାବେ ମଧ୍ୟ କାର୍ଯ୍ୟ କରିବେ। ଏନେଇ ସୋମବାର ତୃଣମୂଳ କଂଗ୍ରେସର ମହାସଚିବ ସୁବ୍ରତ ବକ୍ସିଙ୍କ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ୟଶଓ୍ବନ୍ତ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ କ୍ୟାବିନେଟ୍‌ରେ ଅର୍ଥମନ୍ତ୍ରୀ ଏବଂ ବହିର୍ବ୍ୟାପାର ମନ୍ତ୍ରୀ ଭାବେ ସଫଳତାର ସହିତ କାର୍ଯ୍ୟ କରିଛନ୍ତି। ଅଟଳଙ୍କ ସମୟରେ ଭାଜପା ସର୍ବସମ୍ମତି ମନୋଭାବ ରଖୁଥିବାବେଳେ ଏବେ ଦଳୀୟ ସ୍ଥିତି ବଦଳି ଯାଇଛି। ଏବେ ଭାଜପା କଳେବଳେ କୌଶଳେ କ୍ଷମତା ହାସଲକୁ ଗୁରୁତ୍ୱ ପ୍ରଦାନ କରୁଥିବା ସେ କହିଛନ୍ତି। ରାଜ୍ୟରେ ପ୍ରଚାର କରି ସେ ମମତାଙ୍କ ବିଜୟକୁ ସୁନିଶ୍ଚିତ କରିବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri