Posted inଜାତୀୟ

ମମତାଙ୍କ ସରକାରକୁ ପୁଣି ଝଟ୍‌କା: ଲକ୍ଷ୍ମୀ ରତନ ମନ୍ତ୍ରୀ ପଦରୁ ଦେଲେ ଇସ୍ତଫା

କୋଲକାତା,୫।୧: ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ମଙ୍ଗଳବାର ପୁଣି ଏକ ଝଟ୍‌କା ଲାଗିଛି। ମନ୍ତ୍ରୀ ପଦରୁ ତୃଣମୂଳ କଂଗ୍ରେସ ନେତା ଲକ୍ଷ୍ମୀ ରତନ ଶୁକ୍ଳା ଇସ୍ତଫା ଦେଇଛନ୍ତି। ପୂର୍ବତନ କ୍ରିକେଟର ଲକ୍ଷ୍ମୀ ରତନ ମମତାଙ୍କୁ ସରକାରରେ କ୍ରୀଡ଼ା ମନ୍ତ୍ରୀ ଥିଲେ। ଏହା ସହିତ ସେ ହାଓ୍ବଡ଼ା ଜିଲା ଅଧ୍ୟକ୍ଷ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ତେବେ ଏବେ ସେ ଦଳର ସଦସ୍ୟ ରହିଥିବା କହିଛନ୍ତି। ସେ ରାଜନୀତିରୁ ଦୂରେଇ ରହିବା ପାଇଁ ଏଭଳି ନିଷ୍ପତ୍ତି ଗ୍ରହଣ କରିଥିବା କୁହାଯାଉଛି। ଆଗକୁ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏପରିସ୍ଥଳେ ଶାସକ ଦଳରେ ଜାରି ରହିଥିବା ଘର କଳିରୁ ବିରୋଧୀ ଭାଜପା ଲାଭାନ୍ବିତ ହେବ ବୋଲି ରାଜ୍ୟ ରାଜନୀତିରେ ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, ଲକ୍ଷ୍ମୀ ରତନ ଭାରତ ପାଇଁ ୩ ଏକ ଦିବସୀୟ ମ୍ୟାଚ୍‌ ଖେଳିଛନ୍ତି। ଏହା ସହିତ ସେ ଆଇପିଏଲରେ କୋଲକାତା ନାଇଟ୍‌ ରାଇଡର୍ସ, ଦିଲ୍ଲୀ ଡେୟାରଡେଭିଲ୍‌ ଏବଂ ସନ୍‌ରାଇଜ୍‌ ହାଇଦ୍ରାବାଦ୍‌ ସହ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri