କିଡ୍‌ନୀ ନଷ୍ଟରୁ ସ୍ବାମୀଙ୍କ ମୃତ୍ୟୁ ପରେ ମମତାଙ୍କ କାନ୍ଧରେ ୨ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା,୨୫ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଧରାଖମନ ଗାଁରେ କିଡ୍‌ନୀ ଜନିତ ସମସ୍ୟା ଯୋଗୁ ୧୪ରୁ ଊଦ୍ଧର୍‌ବ ବ୍ୟକ୍ତି ମୃତ୍ୟୁବରଣ କରିସାରିଥିବାବେଳେ ଏବେ ବି ୧୯ରୁ ଊଦ୍ଧର୍‌ବ ମହିଳା ପୁରୁଷ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଦେଖିବାକୁ ମିଳିଛି। ଏହି ଗାଁର ମାଡ୍ରାସ ଭୋଇ (୪୫) ଡ୍ରାଇଭର କାମ କରି ସ୍ତ୍ରୀ ମମତା ଭୋଇ(୪୦)ଦୁଇ ସନ୍ତାନ ଝିଅ ଡୋଲେଶ୍ୱରୀ ଭୋଇ (୧୮) ପୁଅ ଦେବ ଭୋଇ (୧୩)ଙ୍କୁ ନେଇ ହସଖୁସିରେ ପରିବାର ଚଳେଇ ନେଉଥିଲେ। ତେବେ ସେ କିଡ୍‌ନୀ ସମସ୍ୟାରେ ପୀଡ଼ିତ ହେବା ପରେ ସ୍ତ୍ରୀ ମମତା ବନ୍ଧୁ ବାନ୍ଧବଙ୍କଠାରୁ ଧାର କରଜ କରି ସ୍ବାମୀଙ୍କ ସ୍ବାସ୍ଥ୍ୟ ଠିକ୍‌ କରିବାକୁ ବୁର୍ଲା, ବଲାଙ୍ଗୀର ଭଳି ଅନେକ ଡାକ୍ତରଖାନାରେ ଚିକିତ୍ସା କରାଇଥିଲେ ହେଁ, ଗତ ମାର୍ଚ୍ଚ ୧୬ରେ ମାଡ୍ରାସ ଭୋଇଙ୍କ ମୃତ୍ୟୁ ଘଟିଥିଲା। ଏପରି ସ୍ଥଳେ ରୋଜ ଗାରିଆ ସ୍ବାମୀଙ୍କୁ ହରାଇ ମମତା ଏବେ ଭାଙ୍ଗି ପଡ଼ିଛନ୍ତି। ସେ କେମିତି ରୋଜଗାର କରିବେ ଓ ତାଙ୍କର ଦୁଇ ସନ୍ତାନକୁ କିଭଳି ଭଲ ପାଠ ପଢ଼ାଇବେ ସେ ନେଇ ଏବେ ଚିନ୍ତାରେ ଥିବା ମମତା କହିଛନ୍ତି।

ଏନେଇ ସରପଞ୍ଚ ଅରବିନ୍ଦ ଗହୀରଙ୍କୁ ପଚରା ଯିବାରୁ ସରକାରଙ୍କ ଯାହା ବ୍ୟବସ୍ଥା ରହିଛି, ସେ ସବୁ ଏହି ପରିବାରକୁ ଯୋଗାଇ ଦିଆଯିବ ବୋଲି କହିଛନ୍ତି। ଅନ୍ୟ ପଟେ ଜିଲା ଶିଶୁ ସୁରକ୍ଷା ସମିତି ପକ୍ଷରୁ ଏହି ପରିବାରକୁ ସରକାରୀ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri