ସ୍ବାମୀଙ୍କ ମୃତ୍ୟୁ ପରେ ଦୁଇ ସନ୍ତାନଙ୍କ ବୋଝ: ଭାଙ୍ଗିପଡ଼ିଛନ୍ତି ମମତା

କର୍ଲାମୁଣ୍ଡା,୨୭।୫(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଧରାଖମନ ଗାଁରେ କିଡନୀ ଜନିତ ସମସ୍ୟା ଯୋଗୁ ୧୪ରୁ ଊଦ୍ଧର୍‌ବ ବ୍ୟକ୍ତି ମୃତ୍ୟୁବରଣ କରିସାରିଥିବାବେଳେ ଏବେ ବି ୧୯ରୁ ଊଦ୍ଧର୍‌ବ ମହିଳା ପୁରୁଷ ମୃତ୍ୟୁସହ ସଂଗ୍ରାମ କରୁଥିବା ଦେଖିବାକୁ ମିଳିଛି। ଏହି ଗାଁର ମାଡ୍ରାସ ଭୋଇ (୪୫) ଡ୍ରାଇଭର କାମ କରି ସ୍ତ୍ରୀ ମମତା ଭୋଇ(୪୦)ଦୁଇ ସନ୍ତାନ ଝିଅ ଡୋଲେଶ୍ୱରୀ ଭୋଇ (୧୮), ପୁଅ ଦେବ ଭୋଇ (୧୩)ଙ୍କୁ ନେଇ ହସଖୁସିରେ ପରିବାର ଚଳେଇ ନେଉଥିଲେ। ତେବେ ସେ କିଡନୀ ସମସ୍ୟାରେ ପୀଡିତ ହେବା ପରେ ମମତା ବନ୍ଧୁବାନ୍ଧବଙ୍କଠାରୁ ଧାରକରଜ କରି ସ୍ବାମୀଙ୍କ ସ୍ବାସ୍ଥ୍ୟ ଠିକ କରିବାକୁ ବୁର୍ଲା, ବଲାଙ୍ଗୀର ଭଳି ଅନେକ ଡାକ୍ତରଖାନାରେ ଚିକିତ୍ସା କରେଇ ଥିଲେ। ହେଲେ ଗତ ମାର୍ଚ୍ଚ ୧୬ରେ ମାଡ୍ରାସ ଭୋଇଙ୍କ ମୃତ୍ୟୁ ଘଟିଥିଲା। ଏପରିସ୍ଥଳେ ରୋଜଗାରିଆ ସ୍ବାମୀଙ୍କୁ ହରେଇ ମମତା ଏବେ ଭାଙ୍ଗି ପଡିଛନ୍ତି। ସେ କେମିତି ରୋଜଗାର କରିବେ ଓ ତାଙ୍କର ଦୁଇ ସନ୍ତାନଙ୍କୁ କିଭଳି ଭଲପାଠ ପଢେଇବେ ସେ ନେଇ ଏବେ ଚିନ୍ତାରେ ଥିବା ମମତା କହିଛନ୍ତି। ଏନେଇ ସରପଞ୍ଚ ଅରବିନ୍ଦ ଗହୀରଙ୍କୁ ପଚରାଯିବାରୁ ସରକାରଙ୍କ ଯାହା ବ୍ୟବସ୍ଥା ରହିଛି, ସେ ସବୁ ଏହି ପରିବାରକୁ ଯୋଗେଇ ଦିଆଯିବ ବୋଲି କହିଛନ୍ତି। ଅନ୍ୟପଟେ ଜିଲା ଶିଶୁ ସୁରକ୍ଷା ସମିତି ପକ୍ଷରୁ ଏହି ପରିବାରକୁ ସରକାରୀ ଆର୍ଥିକ ସହାୟତା ଯୋଗେଇ ଦେବାକୁ ଗ୍ରାମବାସୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri