Posted inଜାତୀୟ

ଚାକିରି ନାଁରେ ଲୋକଙ୍କୁ ମମତା ବୋକା ବନାଉଛନ୍ତି: ଶୁଭେନ୍ଦୁ

ନୂଆଦିଲ୍ଲୀ, ୮ା୧୧:ଆଗକୁ ଆସୁଛି ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ମମତା ବାନାର୍ଜୀ ସରକାର ନକଲି ଚାକିରି ନଁାରେ ଲୋକଙ୍କୁ ବୋକା ବନାଇବା ଆରମ୍ଭ କରିଦେଇଛନ୍ତି। ରାଜ୍ୟ ସରକାର ନିଯୁକ୍ତି ସମ୍ପର୍କିତ ଭ୍ରମାତ୍ମକ ତଥ୍ୟ ଦେଉଛନ୍ତି। ଏହାର ଉପଯୁକ୍ତ ତଦନ୍ତ କରାଇବା ଲାଗି ପଶ୍ଚିମବଙ୍ଗ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ସୋମବାର କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଏବଂ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂଙ୍କୁ ପତ୍ର ଲେଖିଛନ୍ତି।
ଶୁଭେନ୍ଦୁ ତାଙ୍କ ପତ୍ରରେ ମମତା ସରକାରଙ୍କ ନାମରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ, ପଶ୍ଚିମବଙ୍ଗ ସରକାର ଏବେ ନକଲି ନିଯୁକ୍ତି ପ୍ରସ୍ତୁତି ସହ ଭ୍ରମାତ୍ମକ ତଥ୍ୟ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ବିଶେଷଭାବେ ଗ୍ରାମାଞ୍ଚଳରେ ନକଲି ଚାକିରି ସୃଷ୍ଟି କରାଇବା ସହ ଜବ୍‌କାର୍ଡର ଦୁରୂପଯୋଗ କରି କେନ୍ଦ୍ରକୁ ଭ୍ରମାତ୍ମକ ତଥ୍ୟ ଦେଇ ଅନୁଦାନ ପାଇଁ ଦାବି କରୁଛନ୍ତି। ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିବାରୁ ମୁଖ୍ୟମନ୍ତୀ ମମତା ସରକାରୀ କଳକୁ ଏଭଳି ବେଆଇନ କାର୍ଯ୍ୟରେ ଲଗାଇ ଦେଇଛନ୍ତି। ତେଣୁ ଏହି ଘଟଣାରେ ସିବିଆଇ କିମ୍ବା ଅନ୍ୟ କୌଣସି କେନ୍ଦ୍ରୀୟ ସଂସ୍ଥା ଦ୍ୱାରା ଏହାର ତଦନ୍ତ କରାଇବାକୁ କେନ୍ଦ୍ରମନ୍ତ୍ରୀ ଗିରିରାଜଙ୍କୁ ଲେଖିଥିବା ପତ୍ରରେ ଶୁଭେନ୍ଦୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri