Posted inଜାତୀୟ

ଚାକିରି ନାଁରେ ଲୋକଙ୍କୁ ମମତା ବୋକା ବନାଉଛନ୍ତି: ଶୁଭେନ୍ଦୁ

ନୂଆଦିଲ୍ଲୀ, ୮ା୧୧:ଆଗକୁ ଆସୁଛି ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ମମତା ବାନାର୍ଜୀ ସରକାର ନକଲି ଚାକିରି ନଁାରେ ଲୋକଙ୍କୁ ବୋକା ବନାଇବା ଆରମ୍ଭ କରିଦେଇଛନ୍ତି। ରାଜ୍ୟ ସରକାର ନିଯୁକ୍ତି ସମ୍ପର୍କିତ ଭ୍ରମାତ୍ମକ ତଥ୍ୟ ଦେଉଛନ୍ତି। ଏହାର ଉପଯୁକ୍ତ ତଦନ୍ତ କରାଇବା ଲାଗି ପଶ୍ଚିମବଙ୍ଗ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ସୋମବାର କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଏବଂ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂଙ୍କୁ ପତ୍ର ଲେଖିଛନ୍ତି।
ଶୁଭେନ୍ଦୁ ତାଙ୍କ ପତ୍ରରେ ମମତା ସରକାରଙ୍କ ନାମରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ, ପଶ୍ଚିମବଙ୍ଗ ସରକାର ଏବେ ନକଲି ନିଯୁକ୍ତି ପ୍ରସ୍ତୁତି ସହ ଭ୍ରମାତ୍ମକ ତଥ୍ୟ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ବିଶେଷଭାବେ ଗ୍ରାମାଞ୍ଚଳରେ ନକଲି ଚାକିରି ସୃଷ୍ଟି କରାଇବା ସହ ଜବ୍‌କାର୍ଡର ଦୁରୂପଯୋଗ କରି କେନ୍ଦ୍ରକୁ ଭ୍ରମାତ୍ମକ ତଥ୍ୟ ଦେଇ ଅନୁଦାନ ପାଇଁ ଦାବି କରୁଛନ୍ତି। ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିବାରୁ ମୁଖ୍ୟମନ୍ତୀ ମମତା ସରକାରୀ କଳକୁ ଏଭଳି ବେଆଇନ କାର୍ଯ୍ୟରେ ଲଗାଇ ଦେଇଛନ୍ତି। ତେଣୁ ଏହି ଘଟଣାରେ ସିବିଆଇ କିମ୍ବା ଅନ୍ୟ କୌଣସି କେନ୍ଦ୍ରୀୟ ସଂସ୍ଥା ଦ୍ୱାରା ଏହାର ତଦନ୍ତ କରାଇବାକୁ କେନ୍ଦ୍ରମନ୍ତ୍ରୀ ଗିରିରାଜଙ୍କୁ ଲେଖିଥିବା ପତ୍ରରେ ଶୁଭେନ୍ଦୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri