Posted inଜାତୀୟ

ବିହାର, ପଶ୍ଚିମବଙ୍ଗକୁ କବଜା କଲେ ଆମେ ଲଲିପପ୍‌ ଖାଇ ବସି ଯିବୁନାହିଁ: ମମତା

ନୂଆଦିଲ୍ଲୀ,୯।୧୨: ବାଂଲାଦେଶରେ ହିନ୍ଦୁ ଏବଂ ମନ୍ଦିରକୁ କ୍ରମାଗତ ଭାବେ ଟାର୍ଗେଟ କରାଯାଉଛି। ଏପରିକି କେତେକ ବାଂଲାଦେଶ ନେତା ବଙ୍ଗଳା, ବିହାର ଏବଂ ଓଡ଼ିଶା ଉପରେ ଦେଉଥିବା ବିବୃତ୍ତି ଉପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ବିଧାନସଭାରେ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମମତା କହିଛନ୍ତି, ବାହ୍ୟ ଶକ୍ତି ଭାରତର ଜମି ଦଖଲ କରିବାକୁ ଚେଷ୍ଟା କଲେ ଆମେ କ’ଣ ବସି ଲଲିପପ୍‌ ଖାଇବୁ ବୋଲି କହିଛନ୍ତି।

ଏପରିକି ସେ ଲୋକଙ୍କୁ ଶାନ୍ତ ରହିବାକୁ କହିଛନ୍ତି। ବାଂଲାଦେଶରେ ଦିଆଯାଇଥିବା ବିବୃତ୍ତି ଉପରେ କ୍ରୋଧିତ ନ ହେବାକୁ ଅନୁରୋଧ କରିଛନ୍ତି। ମମତା କହିଛନ୍ତି, ପଶ୍ଚିମବଙ୍ଗ କେନ୍ଦ୍ର ଦ୍ୱାରା ନିଆଯାଇଥିବା ନିଷ୍ପତ୍ତି ଉପରେ ସର୍ବଦା ଛିଡା ହୋଇ ରହିବ। ମମତା ବାଂଲାଦେଶର ନେତାଙ୍କ ବିବୃତ୍ତିକୁ ପରିହାସ କରି ସୁସ୍ଥ ମନରେ ରହିଲେ ମାନସିକ ଶାନ୍ତି ମିଳିବ ବୋଲି କହିଛନ୍ତି।

ସୂଚନା ଯୋଗ୍ୟ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି(ଏନ୍‌ଏନ୍‌ପିପି)ର କେତେକ ନେତା ନିକଟରେ ଡାକାରେ ଏକ ସାଧାରଣ ସଭାରେ ବଙ୍ଗଳା, ବିହାର ଏବଂ ଓଡ଼ିଶା ଉପରେ ଦେଶର ଆଇନଗତ ଦାବି ରହିଥିବା ବିବୃତ୍ତି ଦେଇଥିଲେ। ଏହି ବିବୃତ୍ତି ଉପରେ ରାଜ୍ୟବାସୀଙ୍କୁ ନୀରବ ରହିବାକୁ ମମତା ନିବେଦନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମମତା କହିଛନ୍ତି, ପଶ୍ଚିମବଙ୍ଗ ହେଉଛି ଦେଶର ପ୍ରଥମ ରାଜ୍ୟ ଯେଉଁଠାରେ ଜନସାଧାରଣ ଜାତି, ଧର୍ମ କିମ୍ବା ସମ୍ପ୍ରଦାୟ ନିର୍ବିଶେଷରେ ବାଂଲାଦେଶ ସ୍ଥିତିକୁ ବିରୋଧ କରିଛନ୍ତି। ପଡୋଶୀ ଦେଶର ସ୍ଥିତି ଉପରେ ମନ୍ତବ୍ୟ ଦେବା ବେଳେ ଗଣମାଧ୍ୟମକୁ ମଧ୍ୟ ଦାୟିତ୍ୱ ବୋଧକ କାର୍ଯ୍ୟ କରିବାକୁ ଅନୁରୋଧ କରିଛନ୍ତି। ପଶ୍ଚିମବଙ୍ଗ ଉତ୍ତରପ୍ରଦେଶ ନୁହେଁ ଯେ, ସରକାର ଆପଣଙ୍କ ପ୍ରସାରଣ ଉପରେ ପ୍ରତିବନ୍ଧକ ଲାଗଇବ। ରାଜ୍ୟବାସୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ସରକାର କାର୍ଯ୍ୟ କରିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri