Posted inଜାତୀୟ

ମମତା ଦେଶର ପ୍ରଧାନମନ୍ତ୍ରୀ ହେବା ଆବଶ୍ୟକ: ସୁବ୍ରମଣ୍ୟମ ସ୍ବାମୀ…

କୋଲକାତା,୧୦।୫ : ନିଜ ଦଳ ବିରୋଧରେ ବାରମ୍ବାର ବିବୃତ୍ତି ଦେଉଥିବା ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀ ବର୍ତ୍ତମାନ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଷୟରେ ଏକ ବଡ଼ କଥା କହିଛନ୍ତି। ସେ ମମତା ବାନାର୍ଜୀଙ୍କୁ ପ୍ରଶଂସା କରି କହିଛନ୍ତି, ସେ ଦେଶର ପ୍ରଧାନମନ୍ତ୍ରୀ ହେବା ଉଚିିତ।

ସ୍ବାମୀ ଭାଜପା ସରକାରରେ କେନ୍ଦ୍ର ମନ୍ତ୍ରୀ ରହି ସାରିଛନ୍ତି। ତାଙ୍କ ଅନୁସାରେ ମମତା ଏପରି ଜଣେ ମୁଖ୍ୟମନ୍ତ୍ରୀ ଯିଏ କାହାକୁ ବ୍ଲାକମେଲ କରନ୍ତି ନାହିଁ। ମୁଁ ଭାବୁଛି ଦେଶରେ ଏକ ଶକ୍ତିଶାଳୀ ବିରୋଧୀଙ୍କ ଆବଶ୍ୟକତା ଅଛି, ଯାହାଦ୍ୱାରା ଶାସକ ଦଳର ଲୋକମାନେ ବ୍ଲାକମେଲ କରିପାରିବେ ନାହିଁ। ସେ କୋଲକାତାରେ ଏଫଆଇସିସିଆଇ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୀ ଏଭଳି ମତପୋଷଣ କରିଛନ୍ତି।

ମମତା ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯୋଗ୍ୟା। ମୁଁ ଆଜିର ଲୋକଙ୍କୁ ଜାଣେ। ସେମାନେ ବର୍ତ୍ତମାନର ସରକାରଙ୍କ ବିରୋଧରେ ଅଧିକ କହିବାକୁ ଚାହାଁନ୍ତି ନାହିଁ। କାରଣ ସେମାନେ ଏଜେନ୍ସିଗୁଡିକୁ ଭୟ କରୁଛନ୍ତି। ସେମାନେ ଅନୁଭବ କରନ୍ତି ଇଡି କିଛି ବା ଅନ୍ୟ ଅନୁସନ୍ଧାନ ଆରମ୍ଭ କରାଯିବ। ଦେଶର ଗଣତନ୍ତ୍ର ପାଇଁ ଏହା ଭଲ ନୁହେଁ। କିନ୍ତୁ ମମତା ସାହସୀ ଅଟନ୍ତି। ସେ କିପରି ବାମପନ୍ଥୀ ବିରୁଦ୍ଧରେ ଛିଡା ହୋଇଥିଲେ ଆମେ ଦେଖିଛୁ।

ବର୍ତ୍ତମାନ ପରିସ୍ଥିତିରେ ମମତା ବାନାର୍ଜୀ ହେଉଛନ୍ତି ଏକମାତ୍ର ନେତା ଯିଏ ସାହସର ସହିତ ଠିଆ ହୋଇଛନ୍ତି ଏବଂ କାହାକୁ ଭୟ କରନ୍ତି ନାହିଁ। ଏଭଳି ପରିସ୍ଥିତିରେ ଦେଶର ବଡ ସ୍ଥିତି ତାଙ୍କ ପାଇଁ ଉପଯୁକ୍ତ ।
ସ୍ବାମୀ ୧୦ ଦିନ ତଳେ ମମତାଙ୍କୁ ଭେଟିଥିବା କହିଛନ୍ତି। ତେବେ ଏନେଇ କେହି ଜାଣି ନ ଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri