Posted inଜାତୀୟ

ମମତାଙ୍କ ପୁତୁରା ଅଭିଷେକ ହେଲେ ତୃଣମୂଳ କଂଗ୍ରେସର ସାଧାରଣ ସମ୍ପାଦକ

କୋଲକାତା,୫।୬: ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ସାଂଗଠନିକସ୍ତରରେ ଶୁକ୍ରବାର ଏକ ବଡଧରଣର ଅଦଳବଦଳ କରାଯାଇଛି। ଟିଏମ୍‌ସି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଦଳର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି କରାଯାଇଛି।

ନିର୍ବାଚନ ପରେ ପ୍ରଥମ ଥର ପାଇଁ ଟିଏମ୍‌ସିର କାର୍ଯ୍ୟକାରୀ କମିଟି ବୈଠକ ହୋଇଥିଲା। ବୈଠକରେ ସାଂଗଠନିକ ଅଦଳବଦଳ ସମ୍ପର୍କରେ ନିଷ୍ପତ୍ତି ହୋଇଥିଲା। ପଶ୍ଚିମବଙ୍ଗ ବ୍ୟବତୀତ ଦେଶର ବିଭିନ୍ନ ରାଜ୍ୟରେ ଟିଏମ୍‌ସି ସାଂଗଠନିକ ସ୍ଥିତିକୁ ମଜଭୂତ କରିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏନେଇ ଆଗାମୀ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ଦଳ ପକ୍ଷରୁ କୁହାଯାଇଛି।

ପଶ୍ଚିମବଙ୍ଗର ମନ୍ତ୍ରୀ ପାର୍ଥ ଚାଟାର୍ଜୀ କହିଛନ୍ତି, ଦଳର ନିଷ୍ପତ୍ତି କ୍ରମେ ଗୋଟିଏ ପଦରେ ଜଣେ ହିଁ ରହିବେ। ଏନେଇ ବିଭିନ୍ନ ପଦ ପଦବୀ ଦଳୀୟ ନେତାଙ୍କୁ ଦିଆଯାଇଛି। ଅଭିଷେକ ବାନାର୍ଜୀ ଦଳର ସାଧାରଣ ସମ୍ପାଦକ ପଦ ପାଇଥିବାରୁ ତାଙ୍କୁ ଏବେ ଟିଏମ୍‌ସି ୟୁଥ ଇନ୍‌ ଚାର୍ଜ ପଦରୁ ଇସ୍ତଫା ଦେବାକୁ ପଡିବ। ଟିଏମ୍‌ସି ୟୁଥର ନେତୃତ୍ୱ ଅଭିନେତାରୁ ରାଜନେତା ହୋଇଥିବା ସାୟୋନି ଘୋଷ ନେବେ। ସେହିପରି ଟିଏମ୍‌ସି ଏମ୍‌ପି କାକୋଲି ଘୋଷ ଦସ୍ତିଦର ଦଳର ମହିଳା ମୋର୍ଚ୍ଚା ସଭାପତି ହୋଇଛନ୍ତି। ଇଣ୍ଡିଆନ ନ୍ୟାଶନାଲ ତୃଣମୂଳ ଟ୍ରେଡ ୟୁନିୟନର ଜାତୀୟ ସଭାପତି ପଦ ଏମ୍‌ପି ଦୋଳା ସେନଙ୍କୁ ମିଳିଛି।

ଅନ୍ୟପକ୍ଷେ ଦଳର ବରିଷ୍ଠ ନେତା ପୂର୍ଣ୍ଣେନ୍ଦୁ ବୋଷଙ୍କୁ ଟିଏମ୍‌ସି ଚାଷୀ ସଂଗଠନର ସଭାପତି କରାଯାଇଛି। ଟିଏମ୍‌ସି ସାଂସ୍କୃତି ସେଲ୍‌ର ଇନ୍‌ ଚାର୍ଜ ପଦ ପ୍ରଥମଥର ବିଧାୟକ ହୋଇଥିବା ରାଜ ଚକ୍ରବର୍ତ୍ତୀଙ୍କୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri