ଓଡ଼ିଶା ଆତିଥ୍ୟକୁ ମମତାଙ୍କ ପ୍ରଶଂସା

ଭୁବନେଶ୍ୱର,୨୪ା୩(ବ୍ୟୁରୋ):ଓଡ଼ିଶା ସରକାରଙ୍କ ଆତିଥ୍ୟ ବହୁତ ଭଲ। ପ୍ରଭୁ ଜଗନ୍ନାଥଙ୍କୁ ସେ ଭଲ ଭାବେ ଦର୍ଶନ କରିବାର ସୁଯୋଗ ପାଇଲେ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ପରେ ଗଣମାଧ୍ୟମରେ ଏହା କହିଛନ୍ତି। ଏଥିସହିତ ପୁରୀରେ ପଶ୍ଚିମବଙ୍ଗ ଯାତ୍ରୀଙ୍କ ପାଇଁ ଅତିଥିଭବନ ନିର୍ମାଣ ସକାଶେ ଓଡ଼ିଶା ସରକାର ୨ ଏକର ଜାଗା ଦେଇଥିବାରୁ ସେ ନବୀନଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅପରାହ୍ନରେ ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ନବୀନ ତାଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଙ୍ଗବସ୍ତ୍ର ଦେଇ ସ୍ବାଗତ କରିବା ସହିତ ତିନି ରଥର କାଠ ତିଆରି ପ୍ରତିକୃତି ଉପହାର ଆକାରରେ ପ୍ରଦାନ କରିଛନ୍ତି। ଏଥିସହିତ ରୁପା ତାରକସିର କାରୁକାର୍ଯ୍ୟ ଓ ଛେନାପୋଡ଼ ମଧ୍ୟ ଉପହାର ଦେଇଛନ୍ତି। ଏହି ଅବସରରେ ପଶ୍ଚିମବଙ୍ଗ ଜନସାଧାରଣଙ୍କ ପ୍ରତି ସଦିଚ୍ଛା ସ୍ବରୂପ ମୁଖ୍ୟମନ୍ତ୍ରୀ ପୁରୀରେ ଅତିଥି ଭବନ ନିର୍ମାଣ ପାଇଁ ଓଡ଼ିଶାବାସୀଙ୍କ ପକ୍ଷରୁ ପଶ୍ଚିମବଙ୍ଗ ସରକାରଙ୍କୁ ୨ ଏକର ଜମି ଉପହାରସ୍ବରୂପ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନବୀନଙ୍କୁ ବିଶ୍ୱ ବାଂଲା ଦ୍ୱାରା ପ୍ରସ୍ତୁତ ଏକ ସାଲ୍‌ ଉପହାର ଦେଇଛନ୍ତି। ଏହା ସହିତ ବିଜୁବାବୁ ଓ ଜ୍ଞାନ ପଟ୍ଟନାୟକଙ୍କ ଫଟୋରେ ଜାମଦାନି ଶାଢ଼ି ଦେଇ ଶ୍ରଦ୍ଧା ନିବେଦନ କରିଛନ୍ତି। ଗତ ୨୧ ତାରିଖରେ ମମତା ଭୁବନେଶ୍ୱରରେ ପହଞ୍ଚିବା ପରେ ନବୀନଙ୍କ ନିକଟକୁ ବେଙ୍ଗଲ ମିଠା ପଠାଇଥିଲେ। ଉଭୟ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଗତ ୨୧ ତାରିଖରୁ ଓଡ଼ିଶା ଗସ୍ତରେ ଅଛନ୍ତି।
ମମତାଙ୍କ ସହ ଆଲୋଚନା ପରେ ଗଣମାଧ୍ୟମକୁ ନବୀନ କହିଛନ୍ତି, ଏହା ଏକ ସୌଜନ୍ୟମୂଳକ ସାକ୍ଷାତ୍‌କାର ଥିଲା। ଆମ ଭିତରେ ବହୁତ ପୁରୁଣା ବନ୍ଧୁତା ଓ ସୁନ୍ଦର ସମ୍ପର୍କ ଅଛି। କିଛି ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଚର୍ଚ୍ଚା ହୋଇନି। ସଂଘୀୟ ବ୍ୟବସ୍ଥା ସୁଦୃଢ଼ ହେଉ ବୋଲି ନବୀନ କହିଛନ୍ତି। ମମତା କହିଛନ୍ତି ଯେ, ତାଙ୍କୁ ପ୍ରୋଟୋକଲ ଅନୁଯାୟୀ ସୁରକ୍ଷା ଦିଆଯାଇଛି। ପଶ୍ଚିମବଙ୍ଗ ଆସିବାକୁ ସେ ନବୀନଙ୍କୁ ନିମନ୍ତ୍ରଣ କରିଛନ୍ତି। ତେବେ ଆସନ୍ତା ବର୍ଷ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ନବୀନଙ୍କ ସହ ମମତାଙ୍କ ସାକ୍ଷାତ୍‌ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?