Posted inରାଜ୍ୟ

ଓଡ଼ିଶା ପ୍ରସଙ୍ଗରେ ବଡ଼ କଥା କହିଲେ ମମତା: କଡ଼ା ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୮: ଟ୍ରେନିଂ ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ମାମଲାକୁ ରାଜନୀତିକରଣ କରି ଭାଜପା ରାଜ୍ୟରେ ହିଂସା ସୃଷ୍ଟି କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ରାଜନୈତିକ ଫାଇଦା ଉଦେଶ୍ୟରେ ଭାଜପା ଏପରି କରୁଥିବା କହି ମମତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧମକ ଦେଇଛନ୍ତି ଯେ, ”ଏପରି ହେଲେ ସେ, ଉତ୍ତର-ପୂର୍ବ ରାଜ୍ୟ, ଆସାମ, ଉତ୍ତରପ୍ରଦେଶ କିମ୍ବା ଓଡ଼ିଶାକୁ ମଧ୍ୟ ଛାଡ଼ିବେ ନାହିଁ। ଏପରିକି ଦିଲ୍ଲୀ ମଧ୍ୟ ବାଦ ପଡ଼ିବ ନାହିଁ … ସେ ତାଙ୍କର ଚେୟାର ଦୋହଲାଇ ଦେବେ।’

ତେବେ ମମତ ଓଡ଼ିଶା ପ୍ରତି ଏପରି ମନୋଭାବ ପ୍ରକାଶ କରିବା ପରେ ଏହାର ଜବାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଏକ୍ସ’ରେ ଏକ ପୋଷ୍ଟ କରି ଲେଖିଛନ୍ତି, ”ଓଡ଼ିଶା ସମ୍ପର୍କରେ ଏଭଳି ଆପତ୍ତିଜନକ ଟିପ୍ପଣୀ ଦେବାପାଇଁ ଆପଣଙ୍କୁ ଏ ଅଧିକାର ଦେଲା କିଏ ?

ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ, ଓଡ଼ିଶାବାସୀ ମଧ୍ୟ ଦାୟିତ୍ୱବାନ ଏବଂ ସଚେତନ। ଆମ ରାଜ୍ୟ ଓଡ଼ିଶା ପ୍ରତି ଆପଣଙ୍କର ଏଭଳି ବିଦ୍ୱେଷ ଭାବ, ନକରାତ୍ମକ ମନ୍ତବ୍ୟ ଏବଂ ସମ୍ବେଦନହୀନ ମନୋଭାବକୁ ଆମ ଓଡ଼ିଶାବାସୀ କେବେବି ଗ୍ରହଣ କରିବେ ନାହିଁ।

ଜଘନ୍ୟ ଅପରାଧର ଶିକାର ହୋଇଥିବା ଝିଅକୁ ନ୍ୟାୟ ନ ଦେଇ, ପ୍ରତିଶୋଧ ପରାୟଣ ଭାବ ନେଇ ଆପଣ ଯେଉଁ ମନ୍ତବ୍ୟ ଦେଉଛନ୍ତି ତାହା ଦେଶପାଇଁ ବିପଦ ଜନକ। ଆପଣଙ୍କୁ ଅନୁରୋଧ, ଏଥିରୁ କ୍ଷାନ୍ତ ରୁହନ୍ତୁ। ଶାନ୍ତ ରହନ୍ତୁ।”

ତେବେ ପଶ୍ଚିମବଙ୍ଗରେ ଟ୍ରେନିଂ ମହିଳା ଡାକ୍ତରଙ୍କ ବଳାତ୍କାର ହତ୍ୟା ଘଟଣାରେ ସରକାରୀ ଦଳ ସମେତ ବିରୋଧୀ ଏବଂ ଛାତ୍ରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଏହାରି ମଧ୍ୟରେ ବିଭିନ୍ନ ଦିଗକୁ ନେଇ ମୁଖ୍ୟମନ୍ତ୍ରୀ ମମତାଙ୍କ ଉପରେ ଚାପ ବଢି ଚାଲିଛି। ବୁଧବାର ଟିଏମସି ପକ୍ଷରୁ କରାଯାଇଥିବା ଆନ୍ଦୋଳନରେ ମମତା ଭାଜପା ଉପରେ ଅଭିଯୋଗ ଲଗାଇଛନ୍ତି ଯେ, ଦଳ ରାଜ୍ୟରେ ରାଜନୈତିକ ସଫଳତା ପାଇଁ ହିଂସା ସୃଷ୍ଟି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri