Posted inରାଜ୍ୟ

ଓଡ଼ିଶା ପ୍ରସଙ୍ଗରେ ବଡ଼ କଥା କହିଲେ ମମତା: କଡ଼ା ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୮: ଟ୍ରେନିଂ ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ମାମଲାକୁ ରାଜନୀତିକରଣ କରି ଭାଜପା ରାଜ୍ୟରେ ହିଂସା ସୃଷ୍ଟି କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ରାଜନୈତିକ ଫାଇଦା ଉଦେଶ୍ୟରେ ଭାଜପା ଏପରି କରୁଥିବା କହି ମମତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧମକ ଦେଇଛନ୍ତି ଯେ, ”ଏପରି ହେଲେ ସେ, ଉତ୍ତର-ପୂର୍ବ ରାଜ୍ୟ, ଆସାମ, ଉତ୍ତରପ୍ରଦେଶ କିମ୍ବା ଓଡ଼ିଶାକୁ ମଧ୍ୟ ଛାଡ଼ିବେ ନାହିଁ। ଏପରିକି ଦିଲ୍ଲୀ ମଧ୍ୟ ବାଦ ପଡ଼ିବ ନାହିଁ … ସେ ତାଙ୍କର ଚେୟାର ଦୋହଲାଇ ଦେବେ।’

ତେବେ ମମତ ଓଡ଼ିଶା ପ୍ରତି ଏପରି ମନୋଭାବ ପ୍ରକାଶ କରିବା ପରେ ଏହାର ଜବାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଏକ୍ସ’ରେ ଏକ ପୋଷ୍ଟ କରି ଲେଖିଛନ୍ତି, ”ଓଡ଼ିଶା ସମ୍ପର୍କରେ ଏଭଳି ଆପତ୍ତିଜନକ ଟିପ୍ପଣୀ ଦେବାପାଇଁ ଆପଣଙ୍କୁ ଏ ଅଧିକାର ଦେଲା କିଏ ?

ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ, ଓଡ଼ିଶାବାସୀ ମଧ୍ୟ ଦାୟିତ୍ୱବାନ ଏବଂ ସଚେତନ। ଆମ ରାଜ୍ୟ ଓଡ଼ିଶା ପ୍ରତି ଆପଣଙ୍କର ଏଭଳି ବିଦ୍ୱେଷ ଭାବ, ନକରାତ୍ମକ ମନ୍ତବ୍ୟ ଏବଂ ସମ୍ବେଦନହୀନ ମନୋଭାବକୁ ଆମ ଓଡ଼ିଶାବାସୀ କେବେବି ଗ୍ରହଣ କରିବେ ନାହିଁ।

ଜଘନ୍ୟ ଅପରାଧର ଶିକାର ହୋଇଥିବା ଝିଅକୁ ନ୍ୟାୟ ନ ଦେଇ, ପ୍ରତିଶୋଧ ପରାୟଣ ଭାବ ନେଇ ଆପଣ ଯେଉଁ ମନ୍ତବ୍ୟ ଦେଉଛନ୍ତି ତାହା ଦେଶପାଇଁ ବିପଦ ଜନକ। ଆପଣଙ୍କୁ ଅନୁରୋଧ, ଏଥିରୁ କ୍ଷାନ୍ତ ରୁହନ୍ତୁ। ଶାନ୍ତ ରହନ୍ତୁ।”

ତେବେ ପଶ୍ଚିମବଙ୍ଗରେ ଟ୍ରେନିଂ ମହିଳା ଡାକ୍ତରଙ୍କ ବଳାତ୍କାର ହତ୍ୟା ଘଟଣାରେ ସରକାରୀ ଦଳ ସମେତ ବିରୋଧୀ ଏବଂ ଛାତ୍ରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଏହାରି ମଧ୍ୟରେ ବିଭିନ୍ନ ଦିଗକୁ ନେଇ ମୁଖ୍ୟମନ୍ତ୍ରୀ ମମତାଙ୍କ ଉପରେ ଚାପ ବଢି ଚାଲିଛି। ବୁଧବାର ଟିଏମସି ପକ୍ଷରୁ କରାଯାଇଥିବା ଆନ୍ଦୋଳନରେ ମମତା ଭାଜପା ଉପରେ ଅଭିଯୋଗ ଲଗାଇଛନ୍ତି ଯେ, ଦଳ ରାଜ୍ୟରେ ରାଜନୈତିକ ସଫଳତା ପାଇଁ ହିଂସା ସୃଷ୍ଟି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡ୍ରଏଡ୍ ସ୍କାମ୍ ଉପରେ କେନ୍ଦ୍ର ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ସାଇବର ଠକେଇ ନେଇ ସତର୍କତା ଜାରି

ନୂଆଦିଲ୍ଲୀ,୩୦।୧: ସାଇବର ଅପରାଧ ବିରୋଧରେ କେନ୍ଦ୍ର ସରକାର ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ‘ୱିଙ୍ଗୋ’ ନାମକ ଏକ ଆଣ୍ଡ୍ରଏଡ୍ ଆପ୍ ଜରିଆରେ ଚାଲିଥିବା ବ୍ୟାପକ ଠକେଇକୁ…

ମଣ୍ଡିରେ ପଡ଼ିଥିବା ଧାନ ଶୀଘ୍ର ଉଠାଅ,ସିପିଆଇ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭବାନୀପାଟଣା,୩୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ମଣ୍ଡିରେ ପଡିଥିବା ଧାନକୁ ଶୀଘ୍ର ଉଠାଣ ଦାବିରେ ଗୁରୁବାର ଭବାନୀପାଟଣାରେ ଜିଲାପାଳଙ୍କ ଅଫିସ ଘେରାଉ କରିଛି ସିପିଆଇ। ଏହା…

୧୨ ଟିକିଆ ହାତୀପଲଙ୍କ ତାଣ୍ଡବ, ଘର ଭାଙ୍ଗି ଧାନ…

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳରେ ୧୨ ଟିକିଆ ହାତୀ ପଲଙ୍କ ଉତ୍ପାତ ଯୋଗୁଁ ଅତିଷ୍ଠ ହୋଇ ପଡ଼ିଛନ୍ତି ୬ଟି ଗ୍ରାମର ଗ୍ରାମବାସୀ ।…

ଖଣ୍ଡଗିରି ମେଳାରେ ୫ଗୁଣା ପାର୍କିଂ ଫି’, ଲିଜ୍‌ଧାରୀଙ୍କୁ ସୋ’କଜ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ଖଣ୍ଡଗିରି କୁମ୍ଭମେଳାରେ ପାର୍କିଂ ଫି’ ନାମରେ ଲୋକଙ୍କୁ ଶୋଷଣ କରାଯାଉଛି। ଲିଜ୍‌ଧାରୀମାନେ ଧାର୍ଯ୍ୟ ଦରଠାରୁ ୫ଗୁଣା ଅଧିକ ନେଇ ଯାତ୍ରୀଙ୍କୁ ଲୁଟୁଛନ୍ତି। ଖଣ୍ଡଗିରି…

କାନାଡାକୁ ପୁଣି ଅଡୁଆରେ ପକାଇଲେ ଟ୍ରମ୍ପ, ଦେଲେ ଏମିତି ଧମକ

ଓ୍ବାଶିଂଟନ,୩୦।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ କାନାଡା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ବିମାନ ଚଳାଚଳ କ୍ଷେତ୍ରରେ ଏକ ପ୍ରମୁଖ ଏବଂ ଆକ୍ରମଣାତ୍ମକ…

ମେଦବହୁଳତା ଭାରତ ପାଇଁ ଏକ ବଡ଼ ଆର୍ଥିକ ବିପତ୍ତି: ଅର୍ଥନୈତିକ ସର୍ଭେରେ ଚେତାବନୀ

ନୂଆଦିଲ୍ଲୀ,୩୦।୧: ଦେଶରେ ବଢ଼ୁଥିବା ମେଦବହୁଳତା ସ୍ୱାସ୍ଥ୍ୟ ସହିତ ଭାରତ ପାଇଁ ଏକ ବଡ଼ ‘ଅର୍ଥନୈତିକ ବିପତ୍ତି’ ଭାବେ ଉଭା ହୋଇଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ…

ସପ୍ତାହକରେ ୪ ଡିଗ୍ରୀ ବଢ଼ିଲା ତାପମାତ୍ରା, ଝାରସୁଗୁଡାରେ ସର୍ବୋଚ୍ଚ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ରାଜ୍ୟରେ ଶୀତ ପ୍ରକୋପ କମିଛି। ସର୍ବନିମ୍ନ ରାତି ତାପମାତ୍ରା ଓ ସର୍ବୋଚ୍ଚ ଦିନ ତାପମାତ୍ରାରେ କ୍ରମଶଃ ବୃଦ୍ଧି ହେବାରେ ଲାଗିଛି। ଗୁରୁବାର ଝାରସୁଗୁଡାରେ…

ୟୁରିଆ ଦର ବଢ଼ାଇବାକୁ ପ୍ରସ୍ତାବ; ଚାଷୀଙ୍କୁ ମିଳିପାରେ ସିଧାସଳଖ ସହାୟତା

ନୂଆଦିଲ୍ଲୀ,୩୦।୧: ବଢିବାକୁ ଯାଉଛି ୟୁରିଆ ଦାମ୍। ଦେଶରେ ୟୁରିଆ ସାରର ଅତ୍ୟଧିକ ବ୍ୟବହାର ରୋକିବା ଏବଂ ବଢ଼ୁଥିବା ସବ୍‌ସିଡି ବୋଝକୁ କମ୍ କରିବା ପାଇଁ ଏହାର ଖୁଚୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri