Posted inଜାତୀୟ

‘ବିଦ୍ରୋହୀ ବିଧାୟକ ପଶ୍ଚିମବଙ୍ଗ ଆସନ୍ତୁ, ଭଲ ଅତିଥି ସତ୍କାର କରିବୁ’

କୋଲକାତା,୨୩।୬: ବିରୋଧୀଙ୍କୁ ସବୁବେଳେ ସମାଲୋଚନା କରି ଚର୍ଚ୍ଚାରେ ରହୁଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟକୁ ନେଇ ମମତା ବାନାର୍ଜୀ ଭାଜପା ଉପରେ ବର୍ଷି କଟାକ୍ଷ କରିଛନ୍ତି। ଗୁରୁବାର ମମତା ଟୁଇଟ କରି ଭାଜପାକୁ ଟର୍ଗେଟ କରି ସମାଲୋଚନା କରିଛନ୍ତି। ସେ କହିଛନ୍ତି, ମହାରାଷ୍ଟ୍ରର ବିଦ୍ରୋହୀ ବିଧାୟକମାନଙ୍କୁ ପଶ୍ଚିମବଙ୍ଗକୁ ପଠାନ୍ତୁ ଆମେ ସେମାନଙ୍କର ଭଲ ଯତ୍ନ ନେବୁ, ନଚେତ୍‌ ସେମାନେ ସମ୍ବିଧାନ ଅନୁଯାୟୀ ମହାରାଷ୍ଟ୍ର ପରେ ଅନ୍ୟ ସରକାରକୁ ହଟାଇବାକୁ ମଧ୍ୟ ଚେଷ୍ଟା କରିବେ। ଅନ୍ୟପଟେ ଭାଜପା ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ସୃଷ୍ଟି କରିବାକୁ ଏହା ଉପଯୁକ୍ତ ସମୟ ବାଛିଛି ବୋଲି ମୁଖ୍ୟମନ୍ତ୍ରୀ ମମତା ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ରାଷ୍ଟ୍ରପତି ନିର୍ବାଚନରେ ସେମାନେ ଏକ ଲକ୍ଷ ଭୋଟ ପଛରେ ଅଛନ୍ତି। ଫଳରେ ଭାଜପା ଅର୍ଥବଳ ଲଗାଇ ଘୋଡା ବେପାର କରିବାକୁ ପଛଘୁଞ୍ଚା ଦେବ ନାହିଁ। ଏଭଳି ସ୍ଥିତିରେ ଟିଏମ୍‌ସି ଉଦ୍ଧବ ସରକାରଙ୍କ ପାଇଁ ନ୍ୟାୟ ଚାହୁଁଛି ବୋଲି ମମତା କହିଛନ୍ତି। ଏତଦ୍‌ ବ୍ୟତୀତ ସେ କହିଛନ୍ତି, ଭାଜପା କ୍ଷମତାରେ ରହି ଗଣତନ୍ତ୍ର ଉପରେ ବୁଲଡୋଜର ଚଢ଼ାଉଛି। କ୍ଷମତା ପାଇଁ ଭାଜପା କିଛି ବି କରିପାରେ ବୋଲି ମମତା ଟୁଇଟ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri