ଆଜି ନାମାଙ୍କନ ଭରିବେ ମମତା: ତାଙ୍କ ରାଜ୍ୟ ସଭାକୁ  ଯିବା ଏକ ପ୍ରକାର…

ଭୁବନେଶ୍ୱର,୨୧।୮: ଭାଜପା ମମତା ମହନ୍ତଙ୍କୁ  ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କରିଛି। ମମତା ଆଜି ନାମାଙ୍କନ ଭରିବେ । ତେବେ ଭାଜପା ପାଖରେ ସଂଖ୍ୟା ଦୃଷ୍ଟିରୁ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ଏକପ୍ରକାର ରାଜ୍ୟ ସଭାକୁ ଯିବା ନିଶ୍ଚିତ ହୋଇସାରିଛି। ତେବେ ଆବଶ୍ୟକତା ପଡିଲେ ସେପ୍ଟେମ୍ବର ୩ରେ ରାଜ୍ୟ ସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ସେହିଦିନ ସନ୍ଧ୍ୟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ। ନିକଟରେ ବିଜେଡି ଛାଡ଼ି ଭାଜପାରେ ମିଶିଥିଲେ ମମତା ମହନ୍ତ। ସେ ରାଜ୍ୟସଭା ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ। ମଙ୍ଗଳବାର ଭାଜପା ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି ।
ସୂଚନାଯୋଗ୍ୟ ଯେ, ମମତା ମହାନ୍ତଙ୍କୁ ୨୦୨୦ ମସିହାରେ ବିଜେଡି ରାଜ୍ୟସଭା ପଠାଇଥିଲା। ଗତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ଏବଂ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ବେଳେ ସେ ଅସନ୍ତୋଷ ଥିଲେ। ତାଙ୍କୁ ଦଳରେ ଅଣଦେଖା କରାଯାଇଥିବା ସେ ଅଭିଯୋଗ କରିଥିଲେ। ଏହାର  ଗୋଟିଏ ଦିନ ପରେ  ସେ ଭାଜପାରେ ଯୋଗ ଦେଇଥିଲେ। ଅନ୍ୟପକ୍ଷେ  ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ରେସ୍‌ରେ ମମତା ହିଁ ଆଗରେ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri