Posted inଜାତୀୟ

‘ମମତା କହିବେ ଜୟ ଶ୍ରୀରାମ’

କୁଚବିହାର,୧୨ା୨:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜଣେ ବିଫଳ ପ୍ରଶାସିକା। ଆସନ୍ତା ବିଧାନସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶ ଓ ମମତାଙ୍କ ବିନାଶ ମଡେଲ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବ ବୋଲି ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ତାଚ୍ଛଲ୍ୟ କରିଛନ୍ତି।
କୁଚ୍‌ବିହାରରେ ଏକ ସଭାକୁ ସମ୍ବୋଧିତ କରି ଶାହା କହିଛନ୍ତି, ମେ’ ପରେ ମମତା ମୁଖ୍ୟମନ୍ତ୍ରୀ ଚୌକିରେ ନ ଥିବେ। ସେତେବେଳେ ସେ ମଧ୍ୟ ‘ଜୟ ଶ୍ରୀରାମ’ ସ୍ଲୋଗାନ ଦେଉଥିବେ। ଭାଜପାର ପରିବର୍ତ୍ତନ ଯାତ୍ରା ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ କିମ୍ବା ବିଧାୟକଙ୍କୁ ବଦଳାଇବା ଲାଗି ନୁହେଁ, ବରଂ ଅନୁପ୍ରବେଶ ବନ୍ଦ କରି ପଶ୍ଚିମବଙ୍ଗର ସ୍ଥିତିରେ ପରିବର୍ତ୍ତନ ଆଣିବା ପାଇଁ ଉଦ୍ଦିଷ୍ଟ। ଏହି ଯାତ୍ରା ‘ବୁଆ-ଭତିଜା’ ଯୋଡ଼ିଙ୍କ ଦୁର୍ନୀତିକୁ ଶେଷ କରିଦେବ।
ବିଧାନସଭାର ୨୯୪ ଆସନ ମଧ୍ୟରୁ ଭାଜପା ୨୦୦ରୁ ଊର୍ଦ୍ଧ୍ୱ ଦଖଲ କରିବ ବୋଲି ଶାହା ଦୃଢ଼ୋକ୍ତି ବାଢ଼ିଛନ୍ତି। ଏହି ଅବସରରେ ଶାହା ଭାଜପା କର୍ମୀମାନଙ୍କ ହତ୍ୟା ପ୍ରସଙ୍ଗ ଉଠାଇଛନ୍ତି। ମମତା ବାନାର୍ଜୀ ସରକାର ଭୟ ଓ ଆତଙ୍କର ବାତାବରଣ ସୃଷ୍ଟି କରିଛନ୍ତି। କିନ୍ତୁ ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ଗୁଣ୍ଡାମାନଙ୍କୁ ଜେଲ୍‌କୁ ପଠାଇଦେବ। ମୋଦି ସରକାରଙ୍କ ସହ ସବୁବେଳେ ଝଗଡ଼ା କରି ମମତା ପଶ୍ଚିମବଙ୍ଗର ଲୋକଙ୍କୁ ଅନେକ କେନ୍ଦ୍ରୀୟ ଯୋଜନାର ସୁବିଧାରୁ ବଞ୍ଚତ୍ତ କରିଛନ୍ତି। ତେଣୁ ରାଜ୍ୟବାସୀ ଭାଜପା ସରକାର ଆଣିବାକୁ ନିଷ୍ପତ୍ତି ନେଇସାରିଛନ୍ତି। ରାଜ୍ୟରେ ଭାଜପା କ୍ଷମତାସୀନ ହେବା ମାତ୍ରେ ଚାଷୀମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୨,୦୦୦ ଟଙ୍କା ଲେଖାଏ ପଠାଇବା ପାଇଁ ପ୍ରଥମ କ୍ୟାବିନେଟରେ ନିଷ୍ପତ୍ତି ନିଆଯିବ। ପିଏମ୍‌ କିଷାନ ଯୋଜନାରେ ପଶ୍ଚିମବଙ୍ଗକୁ ସାମିଲ କରିବାକୁ ମନା କରିଥିବାରୁ ଚାଷୀମାନେ ଏହି ସୁବିଧାରୁ ବଞ୍ଚତ୍ତ ହୋଇଛନ୍ତି। ଏହି ଅବସରରେ ଶାହା କୁଚବିହାରର ରାଜବଂଶୀ ସମୁଦାୟକୁ ଭେଟିଛନ୍ତି। ପଶ୍ଚିମବଙ୍ଗର ଉତ୍ତର ଭାଗରେ ଥିବା ୫୬ ନିର୍ବାଚନମଣ୍ଡଳୀରେ ଏହି ଜାତିର ଭୋଟରଙ୍କ ପ୍ରଭାବ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri