Posted inଜାତୀୟ

୨୦୨୪ ନିର୍ବାଚନ ଏକାଠି ଲଢ଼ିବାକୁ ମମତାଙ୍କ ଆହ୍ବାନ

କୋଲକାତା,୧୨ା୩(ପି.ଟି.): ପାଞ୍ଚ ରାଜ୍ୟ ବିଧାନସଭା ନିର୍ବାଚନକୁ ଭାଜପା ୪:୧ରେ ଜିତିଯିବା ପରେ ଫଳାଫଳ ୨୦୨୪ ଲୋକ ସଭାର ସଙ୍କେତ ଦେଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଭାଜପା ମୁଖ୍ୟାଳୟଠାରେ ଦଳୀୟ କର୍ମୀମାନଙ୍କୁ ସମ୍ବୋଧିତ କରି କହିଥିଲେ। ଏହାର ଦିନକ ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ନେତ୍ରୀ ମମତା ବାନାର୍ଜୀ ବିରୋଧୀ ମେଣ୍ଟକୁ ସୁଦୃଢ଼ କରିବାକୁ ପୁଣିଥରେ ଅଣ୍ଟା ଭିଡ଼ିଛନ୍ତି। ବିରୋଧୀ ମେଣ୍ଟରେ କଂଗ୍ରେସକୁ ସାମିଲ କରିବା ଲାଗି ସେ ଆମନ୍ତ୍ରଣ କରିଛନ୍ତି। ୨୦୨୪ ସାଧାରଣ ନିର୍ବାଚନକୁ ବିରୋଧୀ ଦଳଗୁଡ଼ିକ ଏକାଠି ଲଢ଼ିପାରିବା। ଏଥର ନିର୍ବାଚନରେ କଂଗ୍ରେସ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ଆଗାମୀ ଦିନରେ ଭାଜପାକୁ ବଡ଼ ବ୍ୟବଧାନରେ ପରାଜିତ କରିବା ଲାଗି ବର୍ତ୍ତମାନର ଫଳାଫଳକୁ ସକାରାତ୍ମକ ଭାବେ ନେବା ଉଚିତ। ୨୦୨୪ ନିର୍ବାଚନ ଏକାଠି ଲଢ଼ିବା ପାଇଁ କଂଗ୍ରେସ ଯଦି ଚାହେଁ, ତେବେ ବର୍ତ୍ତମାନ ଆକ୍ରମଣାତ୍ମକ ନ ହୋଇ ସକାରାତ୍ମକ ହେଉ। ବର୍ତ୍ତମାନର ଫଳାଫଳ ୨୦୨୪ର ସଙ୍କେତ ଦେଉଛି ବୋଲି ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟକୁ ଟିଏମ୍‌ସି ଅଧ୍ୟକ୍ଷା ଖଣ୍ଡନ କରିଛନ୍ତି। ଏହା ବାସ୍ତବତା ନୁହେଁ। ଇଭିଏମ୍‌ରେ ଜାଲିଆତି ହୋଇଥିବା ମମତା ଅଭିଯୋଗ କରିଛନ୍ତି।
ବାରାଣସୀର ଏକ କେନ୍ଦ୍ରରୁ ଇଭିଏମ୍‌ ଚୋରି ହୋଇଥିବା ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଅଭିଯୋଗ କରିଥିଲେ। ଉତ୍ତରପ୍ରଦେଶ ସମେତ ୪ ରାଜ୍ୟରେ ଭାଜପାର ବିଜୟକୁ ନେଇ ମମତା ସନ୍ଦେହ ପ୍ରକାଶ କରିଛନ୍ତି। ଭାଜପା ନିର୍ବାଚନ କଳ, କେନ୍ଦ୍ରୀୟ ବଳ ଏବଂ ସଂସ୍ଥାର ଅପବ୍ୟବହାର କରି ଜିତିଯାଇଛି। ସେମାନେ ନାଗରା ବଜାଉଛନ୍ତି। ଏଥିରେ ମ୍ୟୁଜିକ୍‌ ହୋଇପାରିବ ନାହିଁ। ମ୍ୟୁଜିକ୍‌ ପାଇଁ ହାରମୋନିୟମ ଦରକାର ବୋଲି ଟିଏମ୍‌ସି ନେତ୍ରୀ କହିଛନ୍ତି। ଇଭିଏମ୍‌ ସ୍ଥାନାନ୍ତର ଲାଗି ବାରାଣସୀର ଏଡିଏମ୍‌ଙ୍କୁ ନିଲମ୍ବନ କରାଯିବ ଏକ ବଡ଼ ଘଟଣା। ଅଖିଳେଶଙ୍କୁ ହରାଇ ଦିଆଯାଇଥିବା ସେ ଅନୁଭବ କରୁଛନ୍ତି ବୋଲି ମମତା କହିଛନ୍ତି। ଏସ୍‌ପି ନେତା ବିଚଳିତ ନ ହୋଇ ଲୋକଙ୍କ ପାଖକୁ ଯାଆନ୍ତୁ ଓ ଏହାର ଚ୍ୟାଲେଞ୍ଜ କରନ୍ତୁ ବୋଲି ଟିଏମ୍‌ସି ନେତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri