Posted inଜାତୀୟ

ଇଭିଏମ୍‌ରେ ମମତାଙ୍କ ଭାଗ୍ୟ ସିଲ୍‌

କୋଲକାତା,୩୦।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ହାଇପ୍ରୋଫାଇଲ ଆସନ ଭବାନୀପୁରରେ ଗୁରୁବାର ଉପନିର୍ବାଚନ ଅନୁଷ୍ଠିତ ହୋଇଛି। ଏଠାରେ ଅପରାହ୍ନ ୫ଟା ସୁଦ୍ଧା ୫୩.୩୨% ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ ମମତା ବାନାର୍ଜୀ ଭବାନୀପୁର ଆସନରୁ ଦୁଇଥର ବିଜୟୀ ହୋଇ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଗତ ଏପ୍ରିଲ-ମେ’ରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ମମତା ଭାଜପାର ଶୁଭେନ୍ଦୁ ଅଧିକାରୀଙ୍କୁ ଟକ୍କର ଦେବାକୁ ଯାଇ ନନ୍ଦିଗ୍ରାମ ଆସନରୁ ପରାଜିତ ହୋଇଥିଲେ। ମୁଖ୍ୟମନ୍ତ୍ରୀ ପଦରେ ରହିବାକୁ ହେଲେ ମମତାଙ୍କୁ ୬ ମାସ ଭିତରେ ବିଧାନସଭାକୁ ନିର୍ବାଚିତ ହେବା ଜରୁରୀ ଥିବାରୁ ଟିଏମ୍‌ସି ଟିକେଟରେ ଜିତିଥିବା ଶୋଭନଦେବ ଚଟ୍ଟୋପାଧ୍ୟାୟ ଭବାନୀପୁର ଆସନ ତାଙ୍କ ପାଇଁ ଛାଡ଼ିଦେଇଥିଲେ। ମମତା ଏହି ନିର୍ବାଚନମଣ୍ଡଳୀର ଭୋଟର ହୋଇଥିବାରୁ ମିତ୍ର ଇନ୍‌ଷ୍ଟିଚ୍ୟୁଶନ ସ୍କୁଲରେ ମତଦାନ କରିଛନ୍ତି। ଏହାସହ ମମତାଙ୍କ ଭାଗ୍ୟ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌)ରେ ସିଲ୍‌ ହୋଇଯାଇଛି। ଭବାନୀପୁରର ଏକ ବୁଥ୍‌ ବାହାରେ ଟିଏମ୍‌ସି ଏବଂ ଭାଜପା ସମର୍ଥକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି। ଶାସକ ଦଳ ପୋଲିଂ ସେଣ୍ଟରେ ଭୋଟ ଜାଲିଆତି କରିଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ଟିଏମ୍‌ସି ମଧ୍ୟ ତିବ୍ରଓ୍ବୋଲଙ୍କ ବିରୋଧରେ ୨୦ କାର୍‌ ବୁଲାଇବା ଏବଂ ଭୋଟରଙ୍କୁ ଧମକ ଦେବା ଅଭିଯୋଗ ଆଣିଛି।

ସେହିପରି ଗତ ନିର୍ବାଚନ ବେଳେ ମୁର୍ଶିଦାବାସର ସମଶେରଗଞ୍ଜ ଓ ଜାଙ୍ଗିପୁର ନିର୍ବାଚନମଣ୍ଡଳୀରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଦୁଇଜଣ ପ୍ରାର୍ଥୀଙ୍କ ମୃତ୍ୟୁ ଘଟିଥିଲା। ଏହି ଦୁଇ ଆସନରେ ମଧ୍ୟ ଭୋଟ ଗ୍ରହଣ କରାଯାଇଛି। ସମଶେରଗଞ୍ଜରେ ୭୮.୬୦% ଏବଂ ଜାଙ୍ଗିପୁର ଆସନରେ ୭୬.୧୨% ମତଦାନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri