ପାଣ୍ଡିଆନଙ୍କ ବୁଦ୍ଧିରେ ନବୀନ ସରକାରଙ୍କ ପରି ମମତା ସରକାର ଧ୍ୱଂସ ହେବ: ପ୍ରିୟଦର୍ଶନ

ଭୁବନେଶ୍ୱର,୫।୫: ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ଏବଂ ‘ଦାରୁ କାଠ’ ମୂର୍ତ୍ତିରେ ବ୍ୟବହାର କରାଯିବା ପ୍ରସଙ୍ଗକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ସୋମବାର ଗଣମାଧ୍ୟମକୁ ବିସ୍ଫୋରକ ବୟାନ ଦେଇଛନ୍ତି। ଜଗନ୍ନାଥଙ୍କୁ ନେଇ ରାଜନୀତି କରି ପାଣ୍ଡିଆନ ବୁଦ୍ଧିରେ ନବୀନ ସରକାର ଧ୍ୱଂସ ହୋଇଗଲା। ମମତା ସରକାର ବି ସେମିତିି ଧ୍ୱଂସ ହେଇଯିବ ବୋଲି ଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ କହିଛନ୍ତି। ପ୍ରିୟଦର୍ଶନ ବୟାନକୁ ନେଇ ଏବେ ଚାରିଆଡେ ଚର୍ଚ୍ଚା ଜୋର ଧରିଛି।

ସୂଚନା ଯୋଗ୍ୟ, ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗକୁ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଘଟଣାର ତଦନ୍ତ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା ସରକାରଙ୍କ ତଦନ୍ତ ନିର୍ଦ୍ଦେଶକୁ ପଶ୍ଚିମବଙ୍ଗ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ସ୍ବାଗତ କରିଛନ୍ତି। ବଳକା ନବକଳେବର ଦାରୁ ବ୍ୟବହାର ଜଗନ୍ନାଥ ସଂସ୍କୃତି ପ୍ରତି ଘୋର ଅପମାନ ବୋଲି ଶୁଭେନ୍ଦୁ ଗଣମାଧ୍ୟମକୁ କହିଛନ୍ତି।

ପଶ୍ଚିମବଙ୍ଗ ସରକାର ନିମ୍ନସ୍ତରକୁ ଖସି ଯାଇଛନ୍ତି। ଦୀଘା ମନ୍ଦିରକୁ ଜଗନ୍ନାଥ ଧାମ ସାଂସ୍କୃତିକ କେନ୍ଦ୍ର ଭାବେ ଉପସ୍ଥାପନ କରି ଭକ୍ତଙ୍କୁ ଭ୍ରମିତ କରିବାକୁ ପଶ୍ଚିମବଙ୍ଗ ସରକାର ଏପରି କରିଛନ୍ତି। ଏପରିକି ପଶ୍ଚିମବଙ୍ଗ ସରକାରଙ୍କ ଦୋମୁହାଁ ନୀତିର ପର୍ଦ୍ଦାଫାଶ ହେବା ଉଚିତ ବୋଲି ଶୁଭେନ୍ଦୁ ଦାବି କରିଛନ୍ତି।

ଭାରତ ଏବଂ ବିଶ୍ବରେ ଜଗନ୍ନାଥଙ୍କ ମନ୍ଦିର ରହିଛି, ସେଗୁଡ଼ିକ ଧାମ ନୁହନ୍ତି। ଏକ ନୂଆ ଢାଞ୍ଚା ନିର୍ମାଣ କରି ଏହାକୁ ଧାମ ଭାବେ ନାମିତ କରାଯାଇପାରିବ ନାହିଁ। ରାମକୃଷ୍ଣ ଦାସମହାପାତ୍ରଙ୍କ ଭୂମିକା ଉପରେ ବିଚାର ଆବଶ୍ୟକ। ତାଙ୍କ କାର୍ଯ୍ୟ ଜଗନ୍ନାଥ ସଂସ୍କୃତି ପ୍ରତି ଘୋର ଅପମାନ ଆଣିଛି। ପଦବୀର ଅପବ୍ୟବହାର କରି ଭକ୍ତଙ୍କ ବିଶ୍ବାସକୁ କ୍ଷୁର୍ଣ୍ଣ କରିଛନ୍ତି ବୋଲି ଶୁଭେନ୍ଦୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri