Posted inଜାତୀୟ

ଦିଦିରୁ ଦେବୀ ହେବାକୁ ଯାଉଛନ୍ତି ମମତା: ଭାଜପା କହିଲା ହିନ୍ଦୁଙ୍କ ଅପମାନ

କୋଲକାତା,୩ ।୯: ପାଖେଇ ଆସୁଛି ପାର୍ବଣ ଋତୁ । ଆଉ କେଇଟା ଦିନ ପରେ ସାରା ଦେଶରେ ପାଳନ କରାଯିବ ଦୁର୍ଗାପୂଜା । ଏଥିପାଇଁ ପ୍ରସ୍ତୁତି ବି ଆରମ୍ଭ ହୋଇ ଗଲାଣି । ହେଲେ ଦୂର୍ଗାପୂଜା ପାଇଁ ପ୍ରସିଦ୍ଧ ପଶ୍ଚିମବଙ୍ଗରେ ଏଥର ଦେବୀ ମୂର୍ତ୍ତି ସହ ମୁଖ୍ୟମନ୍ତ୍ରୀ ତଥା ତ୍ରୁଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀଙ୍କ ପ୍ରତିମୂର୍ତ୍ତି ପୂଜା କରିବା ପାଇଁ ପ୍ରସ୍ତୁତି ଚାଲିଛି । ଏହାକୁ ଦେଖିବା ପରେ ଭାରତୀୟ ଜନତା ପାର୍ଟି(ଭାଜପା) ଏହା ହିନ୍ଦୁ ଦେବତାଙ୍କ ଅପମାନ ବୋଲି କହିଛି । ମୂର୍ତ୍ତିକାର ମିଟୁ ପାଲ କୁମାରଟୁଲି ସ୍ଥିତ ନିଜ ଷ୍ଟୁଡିଓରେ ଫାଇବରଗ୍ଲାସର ପ୍ରତିମା ପ୍ରସ୍ତୁତ କରିଛନ୍ତି । ଏଥିରେ ଟିଏମ୍‌ସି ମୁଖ୍ୟ ମମତା ବାନାର୍ଜୀଙ୍କ ପ୍ରିୟ ଧଳା ଶାଢି ଓ ତାଙ୍କ ଟ୍ରେଡମାର୍କ ସ୍ଲିପର ଚପଲରେ ତାଙ୍କର ଦେବୀ ପ୍ରତିମା ପ୍ରସ୍ତୁତ କରାଯାଇଛି । ମୂର୍ତ୍ତିକାର ପାଲ କହିଛନ୍ତି ମମତାଙ୍କ ଫଟୋ ଓ ଭିଡିଓ ଦେଖି ସେ ଏହାକୁ ତିଆରି କରିଛନ୍ତି । ଯେମିତିକି ସେ କେମିତି ଚାଲନ୍ତି, କେମିତି କଥା ହୁଅନ୍ତି ଆଦି ଉପରେ ଧ୍ୟାନ ଦିଆଯାଇଛି । ଦେବୀଙ୍କ ଦଶ ହାତରେ ଅସ୍ତ୍ରଶସ୍ତ୍ର ଥିବା ବେଳେ ମମତାଙ୍କ ୧୦ ହାତରେ ବିଭିନ୍ନ ଯୋଜନାର ସିମ୍ବଲ ରହିବ ବୋଲି ସେ କହିଛନ୍ତି । ଯେମିତିକି କନ୍ୟାଶ୍ରୀ, ସ୍ୱାସ୍ଥ୍ୟ ସତୀ, ସବୁଜସାଥି, ଲକ୍ଷ୍ମୀର ଭଣ୍ଡାର ଇତ୍ୟାଦି । ଦୁର୍ଗାପୂଜାର ଆୟୋଜକ ଏହା ମାଧ୍ୟମରେ ମମତା ସରକାରଙ୍କ ବିଭିନ୍ନ ଯୋଜନା ବିଷୟର ଅବଗତ ହେବେ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri