ଆଜିଠୁ ମମତାଙ୍କ ଓଡ଼ିଶା ଗସ୍ତ

ପୁରୀ ଅଫିସ, ୨୧ା୩:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ମମତାଙ୍କ କୌଳିକ ପଣ୍ଡା ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ଗ୍ରାହୀ ବରିଷ୍ଠ ଦଇତାପତି ଜଗନ୍ନାଥ ସ୍ବାଇଁ ମହାପାତ୍ର ସୋମବାର ସୂଚନା ଦେଇ କହିଛନ୍ତି, ମମତା ୨୧ ତାରିଖରେ ମମତା ଭୁବନେଶ୍ୱରରେ ପହଞ୍ଚତ୍ବେ। ୨୨ ତାରିଖ ଅପରାହ୍ନରେ ସେ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିବେ। ସେହିପରି ପୁରୀ ବଳିଆପଣ୍ଡା ଅଞ୍ଚଳରେ ପଶ୍ଚିମବଙ୍ଗ ସରକାରଙ୍କର ଏକ ଗେଷ୍ଟ ହାଉସ ନିର୍ମାଣ ଲାଗି ଜମି ଯୋଗାଇ ଦେବା ପାଇଁ ଓଡ଼ିଶା ସରକାର କହିଛନ୍ତି। ମମତା ଉକ୍ତ ଜମି ଦେଖି ତର୍ଜମା କରିବେ ବୋଲି ଜଣାପଡ଼ିଛି। ଏ ନେଇ ୨୨ ତାରିଖ ଅପରାହ୍ନ ୩ଟାରେ ହେବାକୁ ଥିବା ବୈଠକରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପରେ ଅପରାହ୍ନ ୪ଟାରେ ମମତା ଶ୍ରୀମନ୍ଦିର ଯିବେ। ସେଠାରେ ସେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରିବେ। ଶ୍ରୀମନ୍ଦିର ପରିସରରେ ପ୍ରାୟ ୧ଘଣ୍ଟା ରହିବେ। ସେହିପରି ୨୩ ତାରିଖରେ ସେ ଭୁବନେଶ୍ୱର ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri