ମମିତା ମେହେର ଘଟଣା: ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା

ବଲାଙ୍ଗିର ଅଫିସ/ଭବାନୀପାଟଣା(ସ୍ବ.ପ୍ର.),୨୦।୧୨: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆତ୍ମହତ୍ୟା କରିଛନ୍ତି। ବଲାଙ୍ଗୀର ଜିଲା ଅନ୍ତର୍ଗତ କଣ୍ଟାବାଞ୍ଜି ଜେଲ୍‌ ଶୌଚାଳୟରେ ଗାମୁଛା ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଜେଲ୍‌ କର୍ତ୍ତୃପକ୍ଷ ଉଦ୍ଧାର କରି କଣ୍ଟାବାଞ୍ଜି ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ଜଣାପଡିଛି। ତେବେ କିଭଳି ଜେଲ୍‌ରେ ଆତ୍ମହତ୍ୟା କରିଛନ୍ତି ତାହା ବର୍ତ୍ତମାନ ଅସ୍ପଷ୍ଟ ରହିଛି।
ପ୍ରକାଶ ଯେ,କଳାହାଣ୍ଡି ଜିଲା ମହାଲିଙ୍ଗ ସନ୍‌ ସାଇନ୍‌ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ଥିବା ମମିତା ମେହେର ଗତବର୍ଷ ଅକ୍ଟୋବର ୮ ତାରିଖରେ ନିଖୋଜ ଥିଲେ । ଏନେଇ ଥାନାରେ ଏତଲା ଦେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଏହା ପରେ ଗୋବିନ୍ଦ ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ବୋଲି ଜଣାପଡିଥିଲା। ପୋଲିସ ଗୋବିନ୍ଦ ଏବଂ ତାଙ୍କ ସହଯୋଗୀ ରାଧେଶ୍ୟାମ ଚଣ୍ଡୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେହିଦିନଠୁ ଗୋବିନ୍ଦ କଣ୍ଟାବାଞ୍ଜିରେ ଥିଲେ। ଅନ୍ୟପକ୍ଷେ, ମଙ୍ଗଳବାର ଓ ବୁଧବାର ଦୁଇ ଦିନ ଧରି କୋର୍ଟରେ ଶୁଣାଣି ତାରିଖ ଧାର୍ଯ୍ୟ ହୋଇଥିବାରୁ ଆଜି ତାଙ୍କୁ କୋର୍ଟରେ ହାଜର କରାଯିବାର ଥିଲା । ହେଲେ କୋର୍ଟରେ ହାଜର ହେବା ପୂର୍ବରୁ ଗୋବିନ୍ଦଙ୍କ ଆତ୍ମହତ୍ୟା କରିବା ଜେଲ୍‌ର ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri