ମମିତା ମେହେର ଘଟଣା: ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା

ବଲାଙ୍ଗିର ଅଫିସ/ଭବାନୀପାଟଣା(ସ୍ବ.ପ୍ର.),୨୦।୧୨: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆତ୍ମହତ୍ୟା କରିଛନ୍ତି। ବଲାଙ୍ଗୀର ଜିଲା ଅନ୍ତର୍ଗତ କଣ୍ଟାବାଞ୍ଜି ଜେଲ୍‌ ଶୌଚାଳୟରେ ଗାମୁଛା ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଜେଲ୍‌ କର୍ତ୍ତୃପକ୍ଷ ଉଦ୍ଧାର କରି କଣ୍ଟାବାଞ୍ଜି ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ଜଣାପଡିଛି। ତେବେ କିଭଳି ଜେଲ୍‌ରେ ଆତ୍ମହତ୍ୟା କରିଛନ୍ତି ତାହା ବର୍ତ୍ତମାନ ଅସ୍ପଷ୍ଟ ରହିଛି।
ପ୍ରକାଶ ଯେ,କଳାହାଣ୍ଡି ଜିଲା ମହାଲିଙ୍ଗ ସନ୍‌ ସାଇନ୍‌ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ଥିବା ମମିତା ମେହେର ଗତବର୍ଷ ଅକ୍ଟୋବର ୮ ତାରିଖରେ ନିଖୋଜ ଥିଲେ । ଏନେଇ ଥାନାରେ ଏତଲା ଦେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଏହା ପରେ ଗୋବିନ୍ଦ ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ବୋଲି ଜଣାପଡିଥିଲା। ପୋଲିସ ଗୋବିନ୍ଦ ଏବଂ ତାଙ୍କ ସହଯୋଗୀ ରାଧେଶ୍ୟାମ ଚଣ୍ଡୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେହିଦିନଠୁ ଗୋବିନ୍ଦ କଣ୍ଟାବାଞ୍ଜିରେ ଥିଲେ। ଅନ୍ୟପକ୍ଷେ, ମଙ୍ଗଳବାର ଓ ବୁଧବାର ଦୁଇ ଦିନ ଧରି କୋର୍ଟରେ ଶୁଣାଣି ତାରିଖ ଧାର୍ଯ୍ୟ ହୋଇଥିବାରୁ ଆଜି ତାଙ୍କୁ କୋର୍ଟରେ ହାଜର କରାଯିବାର ଥିଲା । ହେଲେ କୋର୍ଟରେ ହାଜର ହେବା ପୂର୍ବରୁ ଗୋବିନ୍ଦଙ୍କ ଆତ୍ମହତ୍ୟା କରିବା ଜେଲ୍‌ର ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri