ମମିତା ମେହେର ହତ୍ୟା ମାମଲା: ସିବିିଆଇ ତଦନ୍ତ ଦାବିକଲେ ଏନ୍‌ସିଡବ୍ଲ୍ୟୁ ଅଧ୍ୟକ୍ଷା

କଟକ ଅଫିସ,୧୮ା୨: ମମିତା ମେହେର ହତ୍ୟା ମାମଲାରେ ରାଜ୍ୟ ପୋଲିସ ଠିକ୍‌ ଭାବେ ତଦନ୍ତ କରି ନାହିଁ। ଏ ମାମଲାରେ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଭିଯୋଗ ହେଉଥିବାରୁ ପୋଲିସ ନିରପେକ୍ଷ ଭାବେ ତଦନ୍ତ କରିପାରିବ ନାହିଁ। ତେଣୁ ରାଜ୍ୟ ସରକାର ଏହାର ତଦନ୍ତ ଦାୟିତ୍ୱ ସିବିଆଇକୁ ଦେବା ଜରୁରୀ ବୋଲି ଓଡ଼ିଶା ଗସ୍ତରେ ଆସିଥିବା ଜାତୀୟ ମହିଳା କମିଶନ(ଏନ୍‌ସିଡବ୍ଲ୍ୟୁ) ଅଧ୍ୟକ୍ଷା ରେଖା ଶର୍ମା ଗୁରୁବାର କହିଛନ୍ତି। ଏହି ଘଟଣାରେ ଶର୍ମା ପୋଲିସ ଡିଜି ସୁନୀଲ ବଂଶଲଙ୍କୁ ଭେଟି ତଦନ୍ତ ସମ୍ପର୍କରେ ଆଲୋଚନା କରିଛନ୍ତି। ଅପରପକ୍ଷରେ ଏନେଇ କିଛି ମତାମତ ଦେବାକୁ ଡିଜି ବଂଶଲ ମନା କରିଦେଇଛନ୍ତି।

କଟକସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ(ଏନ୍‌ଏଲ୍‌ୟୁ)ରେ ଗୁରୁବାର ‘ଦେଶରେ ମହିଳାଙ୍କ ବିରୋଧରେ ହେଉଥିବା ଅପରାଧ ସମ୍ପର୍କରେ ପ୍ରଚଳିତ ଆଇନରେ କିଭଳି ସଂଶୋଧନ ଆବଶ୍ୟକ’ ସମ୍ପର୍କିତ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ଏନ୍‌ସିଡବ୍ଲ୍ୟୁ ଅଧ୍ୟକ୍ଷା ଶର୍ମା ମୁଖ୍ୟ ଅତିଥିଭାବେ ଯୋଗ ଦେଇ ମହିଳାଙ୍କ ସୁରକ୍ଷା ପାଇଁ ଥିବା ଆଇନ ଓ ଏହାର ସଂଶୋଧନ ପ୍ରସ୍ତାବ ସମ୍ପର୍କରେ ଆଲୋଚନା କରିଥିଲେ। ଏଥିରେ ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ବିହାର ସମେତ ଓଡ଼ିଶାର ବହୁ ବୁଦ୍ଧିଜୀବୀ, ବରିଷ୍ଠ ପୋଲିସ ଅଧିକାରୀ, ଏନ୍‌ଜିଓ, ଆଇନଜୀବୀ ଯୋଗ ଦେଇଥିଲେ। ଆଲୋଚନା ଚକ୍ରରେ ମୁଖ୍ୟତଃ ସମାଜରେ ନାରୀମାନଙ୍କ ଉପରେ ହେଉଥିବା ନିର୍ଯାତନା ବିଷୟ ଉପରେ ଆଲୋଚନା ହୋଇଥିଲା। ମହିଳା କମିଶନ ଅଧ୍ୟକ୍ଷା ଶୁକ୍ରବାର ଏସମ୍ପର୍କରେ ଏକ ରିପୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିବେ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି। ଆଲୋଚନା ଚକ୍ର ପ୍ରାରମ୍ଭରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ବେଦ କୁମାରୀ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ମମିତା ମେହେର ହତ୍ୟା ମାମଲା ସମ୍ପର୍କରେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ମିନତୀ ବେହେରା କହିଛନ୍ତି ଯେ, ଡିଜିପି ବଂଶଲ ଏବଂ ରେଖା ଶର୍ମାଙ୍କ ମଧ୍ୟରେ ହୋଇଥିବା ଆଲୋଚନା ସମ୍ପର୍କରେ ସେ ଗଣମାଧ୍ୟମରୁ ସୂଚନା ପାଇଛନ୍ତି। ତେବେ ସେ ନିଜେ ମମିତା ହତ୍ୟା ମାମଲାରେ ଘଟଣାସ୍ଥଳ ପରିଦର୍ଶନ କରିବା ସହ ଘଟଣାର ତଦନ୍ତ ପାଇଁ ଏସ୍‌ପିଙ୍କ ସହ ଆଲୋଚନା କରିଥିଲେ। ଏହାପରେ ଏସ୍‌ପିଙ୍କ ପକ୍ଷରୁ ଘଟଣାର ତଦନ୍ତ କରାଯାଇ ଚାର୍ଜଶିଟ୍‌ ଦାଖଲ କରାଯାଇଛି ଏବଂ ପୀଡିତାଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି, ସେ ଏବେ ଜେଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri