ମମିତା ମେହର ହତ୍ୟା ମାମଲା: ଜେଲ୍‌ରୁ ବାହାରିଲେ ଗୋବିନ୍ଦ

ବଲାଙ୍ଗୀର ଅଫିସ,୯ା୭: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଶନିବାର କଣ୍ଟାବାଞ୍ଜି ଜେଲରୁ ବାହାରିଛନ୍ତି। ତାଙ୍କୁ ଏହି ମାମଲାରେ ଶୁକ୍ରବାର ୧୪ ଦିନର ଅନ୍ତରୀଣ ଜାମିନ ମିଳିଥିଲା। ଆଜି ସେ ଜେଲରୁ ମୁକୁଳିଥିବା ବେଳେ ଆସନ୍ତା ୨୨ ତାରିଖରେ କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଆତ୍ମସମର୍ପଣ କରିବେ।

ମମିତା ମେହର ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ନିଜ ସ୍ତ୍ରୀ ଓ ସନ୍ତାନର ଚିକିତ୍ସା କଥା କହି ହାଇକୋର୍ଟରେ ଜାମିନ ଆବେଦନ କରିଥିଲେ। ଜୁନ ୨୯ରେ ହାଇକୋର୍ଟ ତାଙ୍କୁ ୧୪ ଦିନିଆ ପାଇଁ ଜାମିନ ଦେଇଥିଲେ। ଏହି ଜାମିନ ନିର୍ଦ୍ଦେଶ ପରେ ତାଙ୍କୁ ଶୁକ୍ରବାର ପୋଲିସର କଡ଼ା ସୁରକ୍ଷା ବଳୟ ଭିତରେ କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ହଜାର କରାଯାଇଥିଲା।

ଗୋବିନ୍ଦଙ୍କ ସହ ତାଙ୍କ ସହଯୋଗୀ ରାଧେଶ୍ୟାମ ଚଣ୍ଡୀ ମଧ୍ୟ କୋର୍ଟରେ ହାଜର ହୋଇଥିଲେ। ଜାମିନ କପି ଗୋବିନ୍ଦଙ୍କ ଓକିଲ ଦୁର୍ଗା ପ୍ରସାଦ ପାଢ଼ୀ କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଦାଖଲ କରିବା ପରେ ଗୋବିନ୍ଦଙ୍କୁ ୮ଟି ସର୍ତ୍ତ ଓ ୫୦ ହଜାରର ଦୁଇଟି ବଣ୍ଡ ବଳରେ ୧୪ ଦିନ ପାଇଁ ଜାମିନ ଦେଇଥିଲେ। ଆଜି ସେ କଣ୍ଟାବାଞ୍ଜି ଜେଲ୍‌ରୁ ବାହାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri